www.samajalive.in
Sunday, December 7, 2025
26.1 C
Bhubaneswar

ପହଣ୍ଡି ପରେ ରଥରେ ତିନି ଠାକୁର

ପୁରୀ : ଶ୍ରୀଜୀଉଙ୍କ ନବଦିନାତ୍ମକ ଯାତ୍ରାର ଆଜି ହେଉଛି ଶେଷ ଦିନ। ଆଉ ମାତ୍ର କିଛି ସମୟ ମଧ୍ୟରେ ଭାଇ ଭଉଣୀଙ୍କୁ ସାଥୀରେ ଧରି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା ଆରମ୍ଭ କରିବେ କାଳିଆ ସାଆନ୍ତ। ଏଥିପାଇଁ ପହଣ୍ଡି ସାରି ରଥାରୁଢ ହୋଇସାରିଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ରଥରେ ଗଜପତି ମହାରାଜା ଛେରାପହଁରା କରୁଛନ୍ତି। ଏହାପରେ ରଥଟଣା ଆରମ୍ଭ ହେବ।
ଚଳିତ ବର୍ଷ ରଥଯାତ୍ରାରେ ମହାପ୍ରଭୁଙ୍କର ସମସ୍ତ ନୀତିକାନ୍ତି ଶୀଘ୍ର ଆରମ୍ଭ ହୋଇଥିବା ବେଳେ ଆଜି ପହଣ୍ଡି ମଧ୍ୟ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇ ଚତୁର୍ଦ୍ଧା ମୂର୍ତ୍ତି ରଥରେ ବିଜେ କରିଛନ୍ତି। ନିର୍ଦ୍ଧାରିତ ସମୟର ଅଧାଘଣ୍ଟା ପୂର୍ବରୁ ପହଣ୍ଡି ଶେଷ ହୋଇ ମହାପ୍ରଭୁ ରଥାରୂଢ଼ ହୋଇଛନ୍ତି। ସକାଳ ପ୍ରାୟ ୯ଟା ୧୫ ବେଳକୁ ପହଣ୍ଡି ଆରମ୍ଭ ହୋଇଥିଲା। ନିୟମ ଅନୁସାରେ, ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ଏହା ପରେ ପ୍ରଭୁ ଶ୍ରୀବଳଭଦ୍ର, ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଶେଷରେ ଜଗତର ନାଥ ପ୍ରଭୁ ଜଗନ୍ନାଥ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିଲେ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories