www.samajalive.in
Thursday, December 11, 2025
16.1 C
Bhubaneswar

ଡାକ୍ତର ପଦବୀ ପୁରଣ କର – ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଦେଶର ବିଭିନ୍ନ ଡାକ୍ତରଖାନାଗୁଡ଼ିକରେ ଖାଲିପଡ଼ିଥିବା ଡାକ୍ତର ଓ ପାରାମେଡ଼ିକାଲ କର୍ମଚାରୀ ପଦଗୁଡ଼ିକୁ ପୂରଣ କରିବା ଲାଗି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସମସ୍ତ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛି। ଲୋକସଭାରେ ଏ ସଂପର୍କିତ ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ କହିଛନ୍ତି, ଏହା ଦ୍ୱାରା ସଂପୃକ୍ତ ଡାକ୍ତରଖାନାଗୁଡ଼ିକରେ କାର୍ଯ୍ୟରତ ଡାକ୍ତର ଓ ଅନ୍ୟ ପାରାମେଡ଼ିକାଲ କର୍ମଚାରୀମାନଙ୍କ ଉପରୁ ଚାପ ହ୍ରାସ ପାଇବ ଏବଂ ବିଶ୍ୱସ୍ତରରେ ଧାର୍ଯ୍ୟ ଡାକ୍ତର ଓ ରୋଗୀ ଆନୁପାତିକ ହାର ମଧ୍ୟ ବଜାୟ ରହିବ।

ସେହିଭଳି ଦୁର୍ଗମ ଅଞ୍ଚଳରେ କାର୍ଯ୍ୟରତ ଡାକ୍ତର ଓ ପାରାମେଡ଼ିକାଲ କର୍ମଚାରୀମାନଙ୍କୁ ଅଧିକ ଆର୍ଥିକ ପ୍ରୋତ୍ସାହନ ଦେବାକୁ ମଧ୍ୟ ରାଜ୍ୟଗୁଡ଼ିକୁ କୁହାଯାଇଛି ବୋଲି ଶ୍ରୀ ଚୌବେ କହିଛନ୍ତି। ଏହାଛଡ଼ା କର୍ତ୍ତବ୍ୟରତ ଡାକ୍ତରମାନଙ୍କ ଉପରେ ହେଉଥିବା ଆକ୍ରମଣ ଘଟଣାଗୁଡ଼ିକୁ ପ୍ରତିହତ କରିବା ଲାଗି ବିଭିନ୍ନ ଆଇନଗତ ଦିଗଗୁଡ଼ିକୁ ତର୍ଜମା କରିବାକୁ କେନ୍ଦ୍ର ସରକାର ଏକ କମିଟି ଗଠନ କରିଛନ୍ତି ବୋଲି ମନ୍ତ୍ରୀ ଶ୍ରୀ ଚୌବେ କହିଛନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories