www.samajalive.in
Friday, December 12, 2025
15.1 C
Bhubaneswar

ରାଜ୍ୟରେ ୯ ହଜାର ମାମଲା ଫଇସଲା, ୫୯କୋଟି ଆଦାୟ

କଟକ : ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ସମଗ୍ର ରାଜ୍ୟରେ ୮ହଜାର ୬୮୩ଟି ମାମଲାର ଆପୋଷ ବୁଝାମଣା ଜରିଅାରେ ଫଇସଲା ହୋଇଛି। ତେବେ ଜରିମାନା ଓ କ୍ଷତି ପୂରଣ ବାବଦରେ ୫୯ କୋଟି ୧୫ ଲକ୍ଷ ୭୧ ହଜାର ୪୫୧ ଟଙ୍କା ଆଦାୟ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ଲୋକ ଅଦାଲତରେ ଉଭୟ ବିଚାରାଧୀନ ଓ ପ୍ରାକ୍‌-ମୋକଦ୍ଦମା ସ୍ତରୀୟ ସମାଧାନ ଯୋଗ୍ୟ ମାମଲାର ସମାଧାନ କରାଯାଇଛି। ଫୌଜଦାରୀ, ଦେଵାନୀ, ଚେକ୍‌ ବାଉନ୍ସ ମାମଲା, ମଟର ଦୁର୍ଘଟଣା ଜନିତ କ୍ଷତିପୂରଣ ମାମଲା, ବ୍ୟାଙ୍କ ଋଣ, ପାରିବାରିକ ଓ ବୈବାହିକ ମାମଲା, ରାଜସ୍ବ ମାମଲା, ଶ୍ରମିକ ସଂପର୍କିତ ମାମଲା, ଚାକିରି ଓ ବକେୟା ପ୍ରାପ୍ୟ ମାମଲା, ବିଦ୍ୟୁତ ଓ ଜଳ ଯୋଗାଣ ଦେୟ ବିବାଦ, ଜମି ଅଧିଗ୍ରହଣ ମାମଲା, ରେଳବାଇ ଆଇନ, ବେଲର ମିସ୍ କେସ୍, ମୋଟର ଭେଇକିଲ ଆକ୍ଟ ମାମଲା ଗୁଡିକର ଶୁଣାଣି କରାଯାଇ ଆପୋଷ ସହମତି ଆଧାରରେ ଫଇସଲା କରାଯାଇଛି। ତେବେ ପ୍ରାକ୍‌ ମୋକଦ୍ଦମା ସ୍ତରୀୟ ୫୦ ହଜାର ୨୦୧ଟି ମାମଲା ମଧ୍ୟରୁ ୩ ହଜାର ୧୯୭ଟି ମାମଲା ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଫଇସଲା କରାଯାଇଥିଲା। ସେହିଭଳି ୩୯ ହଜାର ୪୮୨ଟି ବିଚାରାଧୀନ ମାମଲା ମଧ୍ୟରୁ ୫ହଜାର ୪୮୬ଟି ମାମଲା ଆପୋଷ ବୁଝାମଣାରେ ଫଇସଲା କରାଯାଇଛି ବୋଲି ଓଡ଼ିଶା ରାଜ୍ୟ ଅାଇନସେବା ପ୍ରଧିକରଣ ପକ୍ଷରୁ ସୂଚନା ଦିଅାଯାଇଛି।
ନୂଆଦିଲ୍ଲୀସ୍ଥିତ ନ୍ୟାସନାଲ ଲିଗାଲ୍‌ ସର୍ଭିସେସ୍‌ ଅଥରିଟି ନିର୍ଦ୍ଦେଶକ୍ରମେ ରାଜ୍ୟ ଆଇନସେବା ପ୍ରାଧିକରଣ ଆନୁକୂଲ୍ୟରେ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ହାଇକୋର୍ଟ ସମେତ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଥିବା ଜିଲ୍ଲା ସ୍ତରୀୟ ଓ ତାଲୁକା ସ୍ତରୀୟ ବିଚାର ବିଭାଗୀୟ ଅଦାଲତ ପରିସରରେ ଆଜି ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ପ୍ରାଧିକରଣର ସଦସ୍ୟ ସଚିବ ଦେବାଶିଷ ନାୟକଙ୍କ ତତ୍ତ୍ବାବଧାନରେ ଉପ ସଚିବ ଦୀପକ ରଞ୍ଜନ ସାହୁ, ସହକାରୀ ସଚିବ ଜ୍ୟୋତି ରଞ୍ଜନ ଦାଶ ଓ ସଂସ୍ଥା ଅଧିକାରୀ କମଳାକାନ୍ତ କର ପ୍ରମୁଖ ରାଷ୍ଟ୍ରୀୟ ଲୋକ ଅଦାଲତ ଆୟୋଜନରେ ସହଯୋଗ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories