www.samajalive.in
Saturday, December 6, 2025
26.1 C
Bhubaneswar

କେନ୍ଦ୍ରାପଡ଼ାରେ ୮ ଘଣ୍ଟିଆ ବନ୍ଦ ଡାକରା

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଗୁଲାମୁଣ୍ଡାରେ ବ୍ୟବସାୟୀଙ୍କୁ ଗୁଳି ମାଡ଼ ଘଟଣାରେ ବୁଧବାର ଜିଲାବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ସମସ୍ତ ଦୋକାନ ବଜାର ଓ ଗାଡ଼ି ଚଳାଚଳକୁ ବନ୍ଦ ରଖାଯାଇଛି। ଘଟଣାକୁ ଚାରି ଦିନ ବିତି ଯାଇଥିଲେ ମଧ୍ୟ ଏ ଯାଏଁ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏହାକୁ ପ୍ରତିବାଦ କରି ଜିଲା ବଣିକ ସଂଘ ପକ୍ଷରୁ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ମାତ୍ର ଏବେ ପାଟକୁରାରେ ନିର୍ବାଚନ ପ୍ରଚାର ଚାଲୁଥିବାରୁ ସେଠାରେ ବନ୍ଦ ଡାକରାକୁ ବାଦ ଦିଆଯାଇଛି। ଆଜି ସେଠାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତର କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କେବଳ ଜରୁରୀକାଳୀନ କାର୍ୟ୍ୟକୁ ଛାଡ଼ି ଦେଲେ ଗାଡ଼ି ଚଳାଚଳ, ଶିକ୍ଷାନୁଷ୍ଠାନ ଓ ଦୋକାନ ବଜାରକୁ ବନ୍ଦ ରଖାଯାଇଛି। ସଂଘର ସଦସ୍ୟମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରୁଛନ୍ତି।
ଉଲ୍ଲେଖଯୋଗ୍ୟ, ଜୁଲାଇ ୧୩ ତାରିଖରେ ତିନିମୁହାଣି ଛକ ନିକଟସ୍ଥ ଗୁଲନଗରରେ ବ୍ୟବସାୟୀ ବିବେକାନନ୍ଦ ମହାରଣାଙ୍କୁ ଗୁଳିମାଡ କରାଯାଇଥିଲା। ଯଦ୍ବାରା ସେ ଗୁରୁତର ଭାବେ ଆହତ ହୋଇଥିଲେ। ଗୁଳିମାଡ କରିବା ପରେ ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ। ଘଟଣା ପରଦିନ ମଧ୍ୟ କେନ୍ଦ୍ରାପଡ଼ାରେ ବ୍ୟାପକ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories