www.samajalive.in
Monday, December 8, 2025
13.1 C
Bhubaneswar

ମୁମ୍ବଇ କୋଠା ଭୁଶୁଡ଼ିବା ଘଟଣା, ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି

ମୁମ୍ବଇ : ଅତ୍ୟଧିକ ବର୍ଷା କାରଣରୁ ମୁମ୍ବଇର ଡ଼ୋଙ୍ଗରୀ ଠାରେ ମଙ୍ଗଳବାର ଚାରି ମହଲା ବିଶିଷ୍ଟ କୋଠା ଭୁଶୁଡ଼ିବା ଘଟଣାରେ ମୃତ୍ୟୁ ସଂଖ୍ୟାକୁ ୧୪କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। କୋଠା ତଳେ ଏବେ ମଧ୍ୟ ୪୦ ରୁ ୫୦ ଜଣ ଚାପି ହୋଇ ରହିଥିବା ଅନୁମାନ କରାଯାଉଛି। ତେବେ ଅନ୍ୟ ୯ ଜଣ ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମହାରାଷ୍ଟ୍ର ସରକାର, ଏନଡ଼ିଆରଏଫ ଏବଂ ସ୍ଥାନୀୟ ପ୍ରଶାସନ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସ୍ଥାନୀୟ ଲୋକଙ୍କ ମତାନୁଯାୟୀ ଡ଼ୋଙ୍ଗରୀ ଅଞ୍ଚଳରେ କେସରବାଇ ନାମରେ ଏହି ପୁରୁଣା କୋଠା ପ୍ରାୟ ୧୦୦ ବର୍ଷ ତଳେ ନିର୍ମାଣ କରାଯାଇଥିଲା। ମଙ୍ଗଳବାର ପ୍ରାୟ ୧୧ଟା ୩୦ରେ ହଠାତ ଏହି କୋଠାଟି ଭୁଶୁଡ଼ି ପଡ଼ିଥିଲା।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories