www.samajalive.in
Monday, December 8, 2025
27.1 C
Bhubaneswar

ଅସୁସ୍ଥ ପ୍ରକାଶ ରାଓଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : କଟକ ବଡ଼ ଡାକ୍ତରଖାନାରେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବା ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ରାଓଙ୍କ ଆଶୁ ଆରୋଗ୍ୟ କାମନା କରି କଟକ ଜିଲାପାଳଙ୍କୁ ତାଙ୍କ ଚିକିତ୍ସା ବ୍ୟବସ୍ଥାର ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ପ୍ରକାଶ ରାଓଙ୍କ ସ୍ୱାସ୍ଥାବସ୍ଥା ବର୍ତ୍ତମାନ ସୁଦ୍ଧା ସ୍ଥିର ରହିଛି। ତାଙ୍କୁ ଭେଷଜ ବିଭାଗର ଆଇସିୟୁରେ ରଖାଯାଇଛି।

ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ଅନୁଗୁଳରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ରାଓ ଯାଇଥିବା ସମୟରେ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ। ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories