www.samajalive.in
Wednesday, December 10, 2025
26.1 C
Bhubaneswar

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ; ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପ ସାଗର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା କାଲି କିଛି ଜିଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ଘୂର୍ଣ୍ଣିବଳୟ ରହିଛି। ଆଗକୁ ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆସନ୍ତା କାଲି ମଧ୍ୟ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ବ୍ୟତିତ ଆଭ୍ୟନ୍ତରୀଣ, ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। ଘୂର୍ଣ୍ଣିବଳୟର ସ୍ଥିତି ଉପରେ ବର୍ଷାର ପରିମାଣ ନିର୍ଭର କରୁଛି। ଯଦି ଏହା ଘନୀଭୂତ ହେଉଛି ତେବେ ଆଗକୁ ଦୁଇଦିନ ପର୍ଯ୍ୟନ୍ତ ବର୍ଷା ହେବ। ସମଗ୍ର ରାଜ୍ୟରେ ଏବେ ଆବଶ୍ୟକତା ଠାରୁ କମ୍ ବର୍ଷା ହୋଇଛି। ନିୟମିତ ବର୍ଷା ଅଭାବରେ ଚାଷ କାର୍ଯ୍ୟ ଗୁରୁତର ବାଧାପ୍ରାପ୍ତ ହେଉଛି। ବର୍ଷା ନ ହେଲେ ଚାଷ କେମିତି ହେବ ସେହି ଚିନ୍ତାରେ ବସିଛି ଚାଷୀ। ଓଡ଼ିଶାକୁ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ପ୍ରବେଶ କରିବା ସତ୍ତ୍ବେ ସ୍ବଳ୍ପ ବୃଷ୍ଟିପାତ ଏବେ ଚିନ୍ତାର କାରଣ ପାଲଟିଛି।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories