www.samajalive.in
Wednesday, December 10, 2025
18.1 C
Bhubaneswar

ପଶୁ ଚୋର ସନ୍ଦେହରେ ୩ ଜଣଙ୍କୁ ପିଟିପିଟି ହତ୍ୟା; ଜଣଙ୍କ ଅବସ୍ଥା ସଙ୍କଟାପନ୍ନ

ସାରଣ : ପଶୁ ଚୋରି ସନ୍ଦେହରେ ତିନି ଜଣ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଅଭିଯୋଗ ହୋଇଛି । ବିହାରର ସାରଣ ଅନ୍ତର୍ଗତ ବନିୟାପୁର ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଏସମ୍ପର୍କରେ ସୂଚନା ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏହି ମାମଲାର ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ, ଗୁରୁବାର ବିଳମ୍ବିତ ରାତିରେ ବନିୟାପୁର ଥାନା ଅନ୍ତର୍ଗତ ନନ୍ଦଲାଲ ଟୋଲା ଗାଁରେ ୪ ଜଣ ଚୋର ଏକ ପିକଅପ୍ ଭ୍ୟାନ୍ ନେଇ ଗାଁରେ ପଶିଥିଲେ । ଗ୍ରାମରେ ଥିବା ଜଣଙ୍କ ଗୁହାଳ ଘରେ ପଶି ଗୃହ ପାଳିତ ପଶୁଙ୍କୁ ଖୋଲି ନେବାକୁ ଚେଷ୍ଟା କରିବା ସମୟରେ ଘର ଲୋକଙ୍କ ନିଦ ଭାଙ୍ଗି ଯାଇଥିଲା । ଘରଲୋକ ୪ ଜଣ ଚୋରକୁ କାବୁ କରିବା ସହ ନିସ୍ତୁକ ପିଟିଥିଲେ । ଏହା ସହ ସେମାନଙ୍କ ପଡୋଶୀ ଓ ଅନ୍ୟ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଚୋରମାନଙ୍କୁ ନିର୍ଦ୍ଦୁମ ଛେଚିଥିଲେ । ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ବନିୟାପୁର ସ୍ବାସ୍ଥ୍ୟ କେନ୍ଦ୍ର  ଭର୍ତ୍ତି କରାଯାଇଥିଲା। ସେଠାରେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହା ସହ ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories