www.samajalive.in
Thursday, December 11, 2025
16.1 C
Bhubaneswar

ବଦଳିଲା ‘ସାହୋ’ର ମୁକ୍ତିଲାଭ ତାରିଖ

ମୁମ୍ବଇ : ବାହୁବଳୀ ଷ୍ଟାର ପ୍ରଭାସଙ୍କ ଅଭିନୀତ ଚଳଚ୍ଚିତ୍ର ‘ସାହୋ’ର ମୁକ୍ତିଲାଭ ତାରିଖ ପରିବର୍ତ୍ତନ କରାଯାଇଛି। ପ୍ରଥମେ ଏହା ୧୫ ଅଗଷ୍ଟରେ ମୁକ୍ତିଲାଭ କରିବାର ଥିଲା କିନ୍ତୁ ଏବେ ୩୦ ଅଗଷ୍ଟରେ ପରଦାକୁ ଆସିବ। ଟ୍ରେଡ଼ ଆନାଲିଷ୍ଟ ତରଣ ଆଦର୍ଶ ସାମାଜିକ ଗଣମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ବକ୍ସ ଅଫିସରେ ୧୫ ଅଗଷ୍ଟରେ ମୁକ୍ତିଲାଭ କରୁଥିବା ଅକ୍ଷୟ କୁମାରଙ୍କ ‘ମିଶନ ମଙ୍ଗଲ’ ଓ ଜନ୍‍ ଆବ୍ରାହମ୍‍ଙ୍କ ‘ବାଟଲା ହାଉସ’ ସହ ଟକ୍କରରୁ ବର୍ତ୍ତିବା ପାଇଁ ଏହାର ମୁକ୍ତିଲାଭ ତାରିଖ ବଦଳାଇ ଦିଆଯାଇଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ପୂର୍ବରୁ ମଧ୍ୟ ଥରେ ‘ସାହୋ’ର ମୁକ୍ତିଲାଭ ତାରିଖରେ ପରିବର୍ତ୍ତନ ହୋଇସାରିଛି।
ଏହି ଆକ୍ସନ-ଥ୍ରୀଲର ଚଳଚ୍ଚିତ୍ରରେ ପ୍ରଭାସଙ୍କ ବ୍ୟତୀତ ଶ୍ରଦ୍ଧା କୁପର, ଜ୍ୟାକି ଶ୍ରଫ୍‍, ମନ୍ଦିରା ବେଦୀ, ନୀଲ ନିତିନ ମୁକେଶ, ମହେଶ ମାଞ୍ଜରେକର, ଚଙ୍କି ପାଣ୍ଡେ ପ୍ରମୁଖ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ସୁଜିତଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ର ତାମିଲ, ତେଲୁଗୁ ଏବଂ ହିନ୍ଦୀ ଭାଷାରେ ମୁକ୍ତିଲାଭ କରିବ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories