www.samajalive.in
Monday, December 8, 2025
20.1 C
Bhubaneswar

ଶିଶୁ କଳାକାର ଶିବଲେଖ ସିଂହଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ

ମୁମ୍ବଇ : ଛୋଟ ପରଦାର ଶିଶୁ କଳାକାର ଶିବଲେଖ ସିଂହ(୧୪)ଙ୍କର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗୁରୁବାର ଛତିଶଗଡ଼ ରାୟପୁରର ଉପାନ୍ତ ଅଞ୍ଚଳରେ ତାଙ୍କ କାର୍ ଗୋଟିଏ ଟ୍ରକ୍ ସହ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। କାର୍‌ରେ ଶିବଲେଖଙ୍କ ସମେତ ତାଙ୍କ ମାତା-ପିତା ଓ ଅନ୍ୟ ଜଣେ ବ୍ୟକ୍ତି ଥିଲେ। ଦୁର୍ଘଟଣାରେ ସେମାନେ ଗୁରୁତର ଭାବେ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ଟ୍ରକ୍ ଚାଳକ ଫେରାର ହୋଇଯାଇଥିବା ସୂଚନା ମିଳିଛି। ସମ୍ପର୍କୀୟଙ୍କ କହିବା ଅନୁଯାୟୀ, ଶିବଲେଖ ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେବାକୁ ପରିବାର ସହ ବିଳାସପୁରରୁ ରାୟପୁର ଯାଉଥିଲେ।

image courtesy-India TV

ଶିବଲେଖ ଅନେକ ହିନ୍ଦୀ ଧାରାବାହିକରେ କାମ କରିଥିଲେ। ସେଗୁଡ଼ିକ ମଧ୍ୟରେ ରହିଛି ‘ସଙ୍କଟମୋଚନ ହନୁମାନ’, ‘ବାଲବୀର’ ଓ ‘ଶଶୁରାଲ ସିମରା କା’। ସେ କିଛି ରିୟାଲିଟି ଶୋ’ରେ ମଧ୍ୟ ଅଂଶଗ୍ରହଣ କରିଥିଲେ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories