www.samajalive.in
Monday, December 8, 2025
14.1 C
Bhubaneswar

ରେଳମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ପତ୍ର ; ଭୁବନେଶ୍ୱରରୁ ଜଗଦଲପୁର ଏବଂ ଜୁନାଗଡକୁ ଚାଲୁ ୨ଟି ଟ୍ରେନ୍

ନୂଆଦିଲ୍ଲୀ/ଭୁବନେଶ୍ୱର : ଭୁବନେଶ୍ୱରରୁ ଜଗଦଲପୁର ଏବଂ ଭୁବନେଶ୍ୱରରୁ ଜୁନାଗଡକୁ ଦୁଇଟି ଟ୍ରେନ୍‍ ଚଳାଚଳ କରିବା ଲାଗି ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଦୁଇଟି ଟ୍ରେନ୍‍ ଚଳାଚଳ ଲାଗି କଳାହାଣ୍ଡି ଜିଲାର ଭବାନୀପାଟଣା ଓ ଜୁନାଗଡ ଅଞ୍ଚଳର ଲୋକମାନେ ଦୀର୍ଘଦିନରୁ ଦାବି କରି ଆସୁଥିବା ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଲେଖିଥିବା ତାଙ୍କ ପତ୍ରରେ ଦର୍ଶାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ବର୍ତ୍ତମାନ ଭୁବନେଶ୍ୱରରୁ ଯାଉଥିବା ଟ୍ରେନ୍‍ରୁ ୧୦ଟି ବଗି ରାୟଗଡା ଷ୍ଟେସନରେ ଅଲଗା ହୋଇ ଜୁନାଗଡ ଅଭିମୁଖେ ଯାଉଛି। ଅବଶିଷ୍ଟ ୧୨ଟି ବଗି ଜଗଦଲପୁର ଅଭିମୁଖେ ଯାତ୍ରା କରୁଛି। ଫେରିବା ସମୟରେ ଉଭୟ ଜଗଦଲପୁର ଏବଂ ଜୁନାଗଡରୁ ଆସୁଥିବା ଭିନ୍ନ ଭିନ୍ନ ଟ୍ରେନ୍‍ ରାୟଗଡା ଷ୍ଟେସନରେ ଗୋଟିଏ ଇଞ୍ଜିନରେ ଯୋଡି ହୋଇ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଛି। ଶ୍ରୀ ପ୍ରଧାନ କହିଛନ୍ତି ଯେ, ଉପରୋକ୍ତ ବ୍ୟବସ୍ଥା ବିଶେଷ ଭାବରେ କଳାହାଣ୍ଡି ଟ୍ରେନ୍‍ ଯାତ୍ରୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି। ଜଟିଳ ବ୍ୟବସ୍ଥା ସମ୍ପର୍କରେ ସଚେତନତା ନଥିବା ଯାତ୍ରୀମାନେ ଅନେକ ସମୟରେ ସଠିକ୍‍ ବଗିରେ ଚଢିପାରୁନାହାନ୍ତି। ତେଣୁ ଉପରୋକ୍ତ ପ୍ରସ୍ତାବ ସ୍ୱୀକୃତ ହେଲେ ରାଜଧାନୀ ଭୁବନେଶ୍ୱର ଓ କଳାହାଣ୍ଡି ମଧ୍ୟରେ ଯାତାୟତ ଲାଗି ଯାତ୍ରୀଙ୍କ ଆଗ୍ରହ ଅଧିକ ଥିବାରୁ ଟ୍ରେନରେ ଯାତ୍ରୀ ଭିଡ ଅଧିକ ରହିବ ଏବଂ ପୂର୍ଣ୍ଣ ଯାତ୍ରୀ କ୍ଷମତାରେ ଚଳାଚଳ କରିବ। ଏହାବ୍ୟତିତ ଯାତ୍ରୀଙ୍କ ପାଇଁ ଅଧିକ ସଂଖ୍ୟକ ସଂରକ୍ଷିତ ବଗି ଉପଲବ୍ଧ ହୋଇପାରିବ। ତେଣୁ ଏହି ପ୍ରସ୍ତାବରେ ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଥିବା ପତ୍ରରେ ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories