www.samajalive.in
Sunday, December 7, 2025
26.1 C
Bhubaneswar

ନଡ଼ିଆ ଚାଉଳ ଦୋସା 

ଆବଶ୍ୟକ ସାମଗ୍ରୀ 

ବତୁରା ଅରୁଆ ଚାଉଳ – ୨କପ

- Advertisement -

ନଡ଼ିଆ କୋରା – ୧କପ

ଲୁଣ – ସାମାନ୍ୟ

ତେଲ – ସାମାନ୍ୟ

ନନ୍‍ଷ୍ଟିକ ତାୱା 

ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ବତୁରା ହୋଇଥିବା ଅରୁଆ ଚାଉଳ, ନଡ଼ିଆ କୋରା , ଲୁଣକୁ ପକାଇ ଭଲ ଭାବେ ପେଷି ଦିଅନ୍ତୁ। ପେଷିବା ପରେ ଏଥିରେ ଅଳ୍ପ ପାଣି ମିଶାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଗ୍ୟାସରେ ତାୱା ବସାଇ ପ୍ରସ୍ତୁତ ଆଣକୁ ଡ଼ଙ୍କି ଦ୍ୱାରା ତାୱାରେ ପକାଇ ଚକୁଳି ଭଳି ଗୋଲ ଆକାରର କରନ୍ତୁ। ମାତ୍ର ପିଠା ପାତିଆକୁ ବ୍ୟବହାର ନକରି ହାତରେ ତାୱାର ନାଡ଼ ଧରି ଗୋଲା ଆକୃତିର କରି ଏକ ଘୋଡ଼ଣୀ ଘୋଡ଼ାଇ ଦିଅନ୍ତୁ। ୫୦ ସେକେଣ୍ଡ ପରେ ପିଠାପାତିଆ ଦ୍ୱାରା ଏହାକୁ ଲେଉଟାଇ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ନଡ଼ିଆ ଚାଉଳ ଦୋସା। ଏହାକୁ ଚଟଣି ସହ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories