www.samajalive.in
Sunday, December 7, 2025
14.1 C
Bhubaneswar

ଅରୁଣାଚଳ ଓ ହରିୟାଣାରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ : ଅରୁଣାଚଳ ପ୍ରଦେଶରେ ଶନିବାର ସକାଳେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ସ୍ଥାନୀୟ ସମୟ ଅନୁସାରେ ସକାଳ ପ୍ରାୟ ୪ଟା ୨୪ ମିନିଟରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୫ ଥିଲା। ଅରୁଣାଚଳ ପ୍ରଦେଶର ପୂର୍ବ କାମେଙ୍ଗ ଭୂକମ୍ପର କେନ୍ଦ୍ର ଥିଲା । ଏଥିରେ ଧନଜୀବନ ନଷ୍ଟ ହୋଇଥିବା କୌଣସି ସୂଚନା ମିଳିନାହିଁ ।

ସେହିପରି ରାଜଧାନୀ ଦିଲ୍ଲୀର ନିକବର୍ତ୍ତୀ ହରିୟାଣାର ସୋନିପତ ଜିଲାରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ଶନିବାର ସକାଳ ୭ଟା ୪୩ ମିନିଟ ୩୦ ସେକେଣ୍ଡରେ ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୨ ଥିଲା । ସୋନିପତଠାରୁ ୫କିମି ଦୂରତାରେ ଭୂକମ୍ପର କେନ୍ଦ୍ର ଥିଲା ବୋଲି ଜଣାପଡିଛି । ଏଥିରେ କିଛି ଧନଜୀବନ ନଷ୍ଟ ହୋଇନାହିଁ ।

- Advertisement -

ସୂଚନାଯୋଗ୍ୟ, ଶୁକ୍ରବାର ମଧ୍ୟ ଅରୁଣାଚଳ ପ୍ରଦେଶର ପୂର୍ବ କାମେଙ୍ଗରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ଥିଲା। ସ୍ଥାନୀୟ ସମୟ ଅନୁସାରେ ଅପରାହ୍ନ ୨ଟା ୫୧ ମିନିଟରେ ଭୂକମ୍ପ ଅନୁଭୂତ ହୋଇଥିଲା।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories