www.samajalive.in
Tuesday, December 9, 2025
15.1 C
Bhubaneswar

ଆଜି ଜହ୍ନକୁ ଯାତ୍ରା କରିବ ଚନ୍ଦ୍ରଯାନ-୨

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଏହାର ଚନ୍ଦ୍ରଯାନ-୨ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଅପରାହ୍ନ ୨ଟଶ ୪୩ ମିନିଟରେ ଚନ୍ଦ୍ରଯାନ-୨ ଜହ୍ନକୁ ଯାତ୍ରା ଆରମ୍ଭ କରିବ। ଇସ୍ରୋର ବୈଜ୍ଞାନିକମାନଙ୍କ ସହିତ ସାରା ଦେଶବାଦୀ ଏହି ଶୁଭ ମୁହୂର୍ତ୍ତକୁ ଚାହିଁ ରହିଛନ୍ତି। ଉତକ୍ଷେପଣ ଯାନ ଜିଏସଏଲଭି ଏମକେ-୩ ଚନ୍ଦ୍ରଯାନ-୨କୁ ଧରି ଚନ୍ଦ୍ରପୃଷ୍ଟ ଅଭିମୁଖେ ଯିବ। ଏଥିପାଇଁ ୨୦ ଘଣ୍ଟା ପୂର୍ବରୁ ଅର୍ଥାତ ଗତ ରାତିରୁ କାଉଣ୍ଟଡାଉନ ଆରମ୍ଭ ହୋଇସାରିଛି ବୋଲି ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ଭାରତର ୨ୟ ଚନ୍ଦ୍ରଯାନ ଅଭିଯାନ ଗତ ୧୫ ତାରିଖରେ ଆରମ୍ଭ ହେବାର ଥିଲା। ମାତ୍ର ବୈଷୟିକ ତ୍ରୁଟି କାରଣରୁ ଏହାକୁ ସ୍ଥଗିତ ରଖାଯାଇଥିଲା। ଜିଏସଏଲଭି-ଏମକେ ୩ ମହାକାଶ ଯାନର କ୍ରାୟୋଜେନିକ ଇଞ୍ଜିନର ହିଲିୟମ ବୋତଲରେ ଲିକ୍‌ ଯୋଗୁ ଉତ୍‌କ୍ଷେପଣର ୫୬ ମିନିଟ ପୂର୍ବରୁ ଅଭିଯାନକୁ ବନ୍ଦ କରାଯାଇଥିଲା। ଏହି ମିଶନ ଭାରତର ୨ୟ ଚନ୍ଦ୍ରଯାନ ମିଶନ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories