www.samajalive.in
Sunday, December 7, 2025
18.1 C
Bhubaneswar

କୂଅରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ : ଅନୁଗୁଳ ବନ୍ତଳା ଥାନା ଅନ୍ତର୍ଗତ ମାଧପୁର ଗ୍ରାମରେ କୂଅରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ମହିଳା ଜଣଙ୍କୁ କେହି ହତ୍ୟା କରି କୂଅରେ ପକାଇଦେଇଥିବା ସନ୍ଦେହ କରାଯାଉଛି। ମାତ୍ର ମହିଳାଙ୍କ ମୃତ୍ୟୁ ବିଷୟରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ସୂଚନା ଅନୁଯାୟୀ, ଆଜି ସକାଳ ସମୟରେ କିଛି ସ୍ଥାନୀୟଲୋକେ କୂଅକୁ ପାଣି ଆଣିବା ପାଇଁ ଯାଇଥିଲେ। ସେଠାରେ ସେମାନେ ମୃତଦେହ ଦେଖି ଘଟଣା ସମ୍ପର୍କରେ ବନ୍ତଳା ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories