www.samajalive.in
Tuesday, December 9, 2025
17.1 C
Bhubaneswar

ଜାଣନ୍ତୁ କେଉଁ ଅଙ୍ଗରେ ମୋତି ଧାରଣ କଲେ କେଉଁ ସମସ୍ୟା ଦୂର ହୋଇଥାଏ

ସୌନ୍ଦର୍ଯ୍ୟ ବୃଦ୍ଧି କରିବା ପାଇଁ ହେଉ କିମ୍ବା ଜୀବନରେ ଥିବା ସମସ୍ୟା ଗୁଡ଼ିକୁ ଦୂର କରିବା ପାଇଁ ହେଉ ମହିଳାମାନେ ମୋତିରେ ନିର୍ମିତ ବିଭିନ୍ନ ଆଭୂଷଣକୁ ବ୍ୟବହାର କରିଥାଆନ୍ତି। ମାତ୍ର ଏହି ମୋତି ସହ ଜଡ଼ିତ କିଛି ଗୁରୁତ୍ୱପୂର୍ଣ୍ଣ କଥା ରହିଛି। ଯାହା ହୁଏତ ସଭିଏଁ ଜାଣିନଥିବେ। ଏହାକୁ ସଠିକ ଭାବେ ଓ ସଠିକ ଅଙ୍ଗରେ ଧାରଣ କରିବା ଦ୍ୱାରା ଜୀବନରେ ଥିବା ସମସ୍ୟା ଦୂର ହୋଇଥାଏ ଓ ଆପଣଙ୍କ ଭାଗ୍ୟରେ ସୁପରିବର୍ତ୍ତନ ଆସିଥାଏ। ମୋତି ସହ ଜଡ଼ିତ କିଛି ଗୁରୁତ୍ୱପୂର୍ଣ୍ଣ କଥା ବିଷୟରେ ଜାଣନ୍ତୁ….
ଯଦି ଆପଣ ଠିକ ସମୟରେ ସଠିକ ନିଷ୍ପତ୍ତି ନେଇପାରୁନାହାନ୍ତି ତେବେ ଆପଣ ନିଜ ହସ୍ତର ମୋତି ଧାରଣ କରିବା ଉଚିତ। ମୋତି ଧାରଣ ପରେ ସୋମବାର ଦିନ ପ୍ରଭୁ ଗଣେଶଙ୍କ ନିକଟରେ ପ୍ରାର୍ଥନା କରନ୍ତୁ। ଏହାଦ୍ୱାରା ଖୁବ ଶଭୁଫଳ ପ୍ରାପ୍ତି ହୋଇଥାଏ।
ପରିଶ୍ରମ କରିବା ପରେ ମଧ୍ୟ ସଠିକ ଫଳ ନମିଳିଲେ ଓ ଆଶାନୁଯାୟୀ ଧନ ସଞ୍ଚୟ ହୋଇପାରୁନଥିଲେ, ଆପଣ ପୂଜାସ୍ଥାନରେ ଦୁଇଟି ମୋତିକୁ ହଳଦିଆ କପଡ଼ାରେ ବାନ୍ଧି ରଖି ଦିଅନ୍ତୁ। ଏପରି କରିବା ଦ୍ୱାରା ଆପଣଙ୍କ ଘରେ ଧନର ଅଭାବ ରହିବ ନାହିଁ।
ଦାମ୍ପତ୍ୟ ଜୀବନରେ ସମସ୍ୟା ଥିଲେ ଆପଣ ନିଜ ପତ୍ନୀଙ୍କୁ ବାମ ହସ୍ତରେ ମୋତି ଧାରଣ କରିବାକୁ ଦିଅନ୍ତୁ। ଏହାଦ୍ୱାରା ଦାମ୍ପତ୍ୟ ଜୀବନରେ ଥିବା ସମସ୍ୟା ଦୂର ହୋଇଥାଏ।
ଯଦି ଆପଣଙ୍କ ସନ୍ତାନର ସ୍ୱାସ୍ଥ୍ୟ ଜନିତ ସମସ୍ୟା ଲାଗି ରହୁଥାଏ, ତେବେ ତା’କୁ ଚାନ୍ଦିର ନିର୍ମିତ ଚନ୍ଦ୍ର ସହ ମୋତି ପିନ୍ଧାନ୍ତୁ। ଏହି ସମସ୍ୟା ଦୂର ହେବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories