www.samajalive.in
Sunday, December 7, 2025
18.1 C
Bhubaneswar

କୋଇଲା ଖଣି ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମିଳିବ ୫ଲକ୍ଷ ଅନୁକମ୍ପା ରାଶି: ମୁଖ୍ୟମନ୍ତ୍ରୀ

ତାଳଚେର: ତାଳଚେରସ୍ଥିତ ଭରତପୁର ଏମସିଏଲ କୋଇଲା ଖଣିରେ ଘଟିଥିବା ଦୁର୍ଘଟଣା ୪ ଦିନ ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟ ଶେଷ ହୋଇନାହିଁ । ଶୁକ୍ରବାର କୋଇଲା ଖଣି ମଧ୍ୟରୁ ଆଉ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏବେ ସୁଦ୍ଧା ଅନ୍ୟ ଦୁଇ ଜଣ ଶ୍ରମିକ ଫସି ରହିଥିବା ଆଶଙ୍କା କରାଯାଉଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରି ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଜୁନ ୨୩ରେ ମଙ୍ଗଳବାର ରାତି ପ୍ରାୟ ୧୦ଟାରେ ଅନୁଗୁଳ ଜିଲ୍ଲା ଏମସିଏଲର ତାଳଚେର ଭରତପୁରରେ ଥିବା କୃତ୍ରିମ ପାହାଡ଼ ମାଟି ଧସି କୋଇଲା ଖଣିରେ ଦୁର୍ଘଟଣା ଘଟିଥିଲା । ସେହି ସମୟରେ ପ୍ରାୟ ୪୦ରୁ ୫୦ଜଣ ଶ୍ରମିକ ଖଣି ଭିତରେ କାର୍ଯ୍ୟ କରୁଥିଲେ । ଘଟଣାଦିନ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ୯ଜଣ ଶ୍ରମିକଙ୍କୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories