www.samajalive.in
Sunday, December 14, 2025
23.1 C
Bhubaneswar

ଚିକିତ୍ସା ଅବହେଳାରୁ ଶିଶୁପୁତ୍ର ମୃତ; ରାସ୍ତା ଅବରୋଧ

ଝାରସୁଗୁଡା: ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗରେ ମଙ୍ଗଳବାଜର ରାସ୍ତା ଅବରୋଧ କରାଯାଇଛି। ଫଳରେ ସାଧାରଣ ଲୋକଙ୍କ ଯାତାୟତ ବାଧାପ୍ରାପ୍ତ ହୋଇଛି। ସୂଚନାଯୋଗ୍ୟ, ରେଲ​ୱେ କଲୋନୀ କୁଲିପଡ଼ା ବାସିନ୍ଦା ଶନି ଷଣ୍ଢଙ୍କ ୯ ମାସର ଶିଶୁପୁତ୍ର ଗତ ୨୦ ତାରିଖରେ ଘରେ ଖେଳୁଥିବା ବେଳେ ଗରମ ଡାଲିରେ ପଡି ଯାଇ ଆହତ ହୋଇଥିଲା। ପରିବାର ଲୋକ ତୁରନ୍ତ ତାକୁ ମଙ୍ଗଳବାଜର ସ୍ତିତ ସରକାରୀ ଡାକ୍ତରଖାନାକୁ ନେଇ ଥିଲେ। ହେଲେ ଡାକ୍ତର ନଥିବାରୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଶିଶୁପୁତ୍ରଟିର ମୃତ୍ୟୁ ଘଟିଥିଲା। ଚିକିତ୍ସାରେ ଅବହେଳା ଯୋଗୁଁ ଶିଶୁପୁତ୍ରର ମୃତ୍ୟୁ ହୋଇଛି ଏବଂ ମୃତ୍ୟୁ ପରେ ବୁର୍ଲା ମେଡିକାଲକୁ ରେଫର କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପଇବା ସହ ରାସ୍ତା ଅବରୋଧ କରିଛନ୍ତି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories