www.samajalive.in
Saturday, December 6, 2025
26.1 C
Bhubaneswar

ସରୟୁ ନଦୀରେ ଡଙ୍ଗା ବୁଡି ୪ ମୃତ; ୧୬ ନିଖୋଜ

ବହରାଇଚ: ଉତ୍ତରପ୍ରଦେଶର ବହରାଇଚ ଜିଲାରେ ଏକ ଗ୍ରାମରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି । ସରୟୁ ନଦୀରେ ଡଙ୍ଗା ବୁଡି ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ରୁ ଅଧିକ ନିଖୋଜ ଅଛନ୍ତି । ସୂଚନାଯୋଗ୍ୟ, ଜିଲାର ମିହିଂପୁରୱା ଅନ୍ତର୍ଗତ ଲୌକାହୀ ଗ୍ରାମର ଲୋକମାନେ ଧାନ ରୋପଣ କରିବା ପାଇଁ ସରୟୁ ନଦୀ ପାର ହୋଇ ଯାଉଥିଲେ । ଏହି ସମୟରେ ନଦୀରେ ଡଙ୍ଗାଟି ବୁଡି ଯାଇଥିଲା। ଡଙ୍ଗାରେ ପ୍ରାୟ ୨୦ ଜଣ ଗ୍ରାମବାସୀ ଥିଲେ । ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଏପର୍ଯ୍ୟନ୍ତ ୪ଟି ମୃତଦେହ ଉଦ୍ଧାର ହୋଇଥିବା ବେଳେ ଆହୁରି ୧୬ ଜଣ ନିଖୋଜ ଅଛନ୍ତି । ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ପୁଲିସ ଓ ପ୍ରଶାସନିକ ଅଧିକାରୀ ପହଞ୍ଚିଛନ୍ତି ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories