www.samajalive.in
Sunday, December 7, 2025
18.1 C
Bhubaneswar

ସୁନାଥାଳି ଭାବେ ପରିଚିତ ଏହି ପତ୍ର , ଜାଣନ୍ତୁ ଏହାର ବିଷେଶତ୍ୱ

ପୂଜାପର୍ବ ହେଉ କିମ୍ବା ଅନ୍ୟାନ୍ୟ ବହୁ ସମୟରେ ଆମେ କଦଳୀ ପତ୍ରରେ ଖାଦ୍ୟ ଖାଇଥାଉ। ଏହା ଏକ ପରମ୍ପରା ବୋଲି ମଧ୍ୟ କୁହାଯାଏ। କଦଳୀ ବୃକ୍ଷକୁ ପବିତ୍ର ଓ ପୂଜନୀୟ ବୃକ୍ଷ ବୋଲି କୁହାଯାଏ। ଭଗବାନ ସତ୍ୟନାରାୟଣ କଥାରେ କଦଳୀ ପତ୍ରର ବିଶେଷ ମହତ୍ତ୍ୱ ବିଷୟରେ ବର୍ଣ୍ଣନା କରାଯାଇଛି। ବାସ୍ତୁ ଅନୁଯାୟୀ, କଦଳୀ ବୃକ୍ଷ ଘରର ସମ୍ମୁଖରେ ଥିଲେ, ଗୃହ ଜନିତ ବହୁ ବାସ୍ତୁ ଦୋଷ ଦୂର ହୋଇଥାଏ। ଜାଣନ୍ତୁ ଏହାର ପତ୍ରରେ ଖାଇଲେ କି କି ଉପକାର ମିଳିଥାଏ।
ଖାଦ୍ୟ ଗରମ ଥିବା ସମୟରେ ଏହାକୁ କଦଳୀ ପତ୍ରରେ ଖାଇବା ଦ୍ୱାରା ଏହି ପତ୍ରରେ ଥିବା ପୋଷକ ତତ୍ତ୍ୱ ଖାଦ୍ୟକୁ ଆସିଥାଏ। ଯାହା ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ ଅଟେ।
ନିୟମିତ କଦଳୀ ପତ୍ରରେ ଖାଦ୍ୟ ଖାଇଲେ କେଶ ସୁନ୍ଦର ଓ ଘନ ହୋଇଥାଏ।
ଏଥିରେ ଖାଇବା ଦ୍ୱାରା ପେଟ ଜନିତ ସମସ୍ୟା ଯଥା କୋଷ୍ଠକାଠିନ୍ୟ, ଏସିଡ଼ିଟି, ବଦହଜମି ଆଦି ଦୂର ହୋଇଥାଏ।
କଦଳୀ ପତ୍ରରେ ବହୁ ପ୍ରକାର ଆଣ୍ଟି-ଅକ୍ସିଡ଼ାଣ୍ଟ ରହିଛି। ଯାହା ବହୁ ପତ୍ର ବିଶିଷ୍ଟ ଶାଗରୁ ମିଳିଥାଏ। ତେଣୁ ଏହି ପତ୍ରରେ ଖାଦ୍ୟ ଖାଇବା ଦ୍ୱାରା ଆମକୁ ବିଭିନ୍ନ ଆଣ୍ଟି-ଅକ୍ସିଡ଼ାଣ୍ଟ ମିଳିଥାଏ। ଯାହା ଆମ ତ୍ୱଚା ପାଇଁ ଖୁବ ଲାଭଦାୟକ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories