www.samajalive.in
Wednesday, December 10, 2025
23.1 C
Bhubaneswar

ଫାରୁକ୍‍ ଅବଦୁଲ୍ଲାଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଏନସିର ପ୍ରତିନିଧି ଦଳ

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‍ ଅବଦୁଲ୍ଲାଙ୍କ ନେତୃତ୍ୱରେ ନ୍ୟାସନାଲ୍‍ କନ୍‍ଫରେନ୍‍ସ(ଏନସି)ର ଏକ ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀରେ ସାକ୍ଷାତ କରି  ରାଜ୍ୟର ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଫାରୁକ୍‍ ଅବଦୁଲ୍ଲାଙ୍କ ପୁତ୍ର ତଥା ରାଜ୍ୟର ଅନ୍ୟତମ ପୂର୍ବ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ମଧ୍ୟ ଏହି ପ୍ରତିନିଧି ଦଳରେ ସାମିଲ୍‍ ଥିଲେ। ଗଣମାଧ୍ୟମ ସହ ଆଲୋଚନାବେଳେ ଓମାର ଅବଦୁଲ୍ଲା କହିଛନ୍ତି, ଜମ୍ମୁ-କାଶ୍ମୀରରେ ଆଇନ ଶୃଙ୍ଖଳା ପରିସ୍ତିତିରେ ଯେପରି ଅବନତି ନ ଘଟେ, ତାହା ସୁନିଶ୍ଚିତ କରାଇବାପାଇଁ ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। କେନ୍ଦ୍ର ସରକାର ରାଜ୍ୟକୁ ଅତିରିକ୍ତ କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ ପଠାଇବା, ପୃଷ୍ଠଭୂମିରେ ସେଠାକାର ତାଜା ପରିସ୍ଥିତି ସମ୍ପର୍କରେ ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ରାଜ୍ୟରେ ଖୁବ୍‍ ଶୀଘ୍ର ବିଧାନସଭା ନିର୍ବାଚନ କରାଇବା ପାଇଁ ମଧ୍ୟ ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories