www.samajalive.in
Saturday, December 13, 2025
26.1 C
Bhubaneswar

ଆଗାମୀ ୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଗତି କରି ତୀବ୍ର ଅବପାତରେ ପରିଣତ ହୋଇଛି। ଏହା ଆଜି ସକାଳ ୫.୩୦ ସୁଦ୍ଧା ୨୧.୦ ଡିଗ୍ରୀ ଉତ୍ତର ଅକ୍ଷ୍ୟାଂଶ ଏବଂ ୮୭.୪୦ ପୂର୍ବ ଦ୍ରାଘିମାରେ ବାଲେଶ୍ୱରର ଦକ୍ଷିଣ ପୂର୍ବ ଦିଗରେ ପ୍ରାୟ ୭୦ କିଲୋମିଟର ଓ ପଶ୍ଚିମବଙ୍ଗ ଦିଘାର ଦକ୍ଷିଣ ଦକ୍ଷିଣପୂର୍ବ ଦିଗରେ ପ୍ରାୟ ୭୦ କିଲୋମିଟର ଦୂରତାରେ କେନ୍ଦ୍ରିଭୂତ ଅଛି।

ଏହାର ପ୍ରଭାବରେ ଓଡିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା, କେତେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ଅଳ୍ପ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ୪୫-୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ପବନର ବେଗ ବୃଦ୍ଧି ପାଇ ୬୫ କିଲୋମିଟରେ ପହଞ୍ଚିବାର ମଧ୍ୟ ସମ୍ଭାବନା ରହିଛି। ଓଡିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ୩୫-୪୦ କିଲୋମିଟର ବେଗରେ ପବନ ବହିବା ସହ ଏହା ୫୦ କିଲୋମିଟରରେ ପହଞ୍ଚିବାର ସମ୍ଭାବନା ରହିଛି। ଏହି ଅବପାତ ପ୍ରଭାବରେ ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବିମାନଙ୍କୁ ବାରଣ କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories