www.samajalive.in
Monday, December 8, 2025
20.1 C
Bhubaneswar

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବଡ଼ସାହି : ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅନ୍ତର୍ଗତ ଛେଳିଆ(କ) ପଞ୍ଚାୟତର ବିଦ୍ୟାଧରପୁର ଗ୍ରାମରେ ଗୁରୁବାର ପୋଖରୀରୁ ଜଣେ ଯୁବକଙ୍କ ମୃତ ଦେହକୁ ପୁଲିସ ଉଦ୍ଧାର କରିଛି। ଯୁବକ ଜଣକ ହେଉଛନ୍ତି ସେହି ଗ୍ରାମର ଜଳଧର ବାଘ୍(୪୦)। ପରିବାର ଲୋକଙ୍କ କହିବାନୁଯାୟୀ, ତିନିଦିନ ପୂର୍ବେ ଜଳଧର ଗ୍ରାମ ନିକଟସ୍ଥ ଜଙ୍ଗଲକୁ ଛେଳି ଚରାଇବାକୁ ଯାଇ ଘରକୁ ଫେରି ନଥିଲେ। ବହୁ ଖୋଜାଖୋଜି କରିବା ପରେ ମଧ୍ୟ ପରିବାରଲୋକେ ତାଙ୍କୁ ପାଇନଥିଲେ। ତେବେ ଗୁରୁବାର ସକାଳେ ତାଙ୍କର ମୃତ ଦେହ ଗ୍ରାମ ପୋଖରୀରେ ଭାସୁଥିବା ଦେଖି ଗ୍ରାମବାସୀ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଜାରି ରଖିଛି। ଜଳଧରଙ୍କ ମୃତ୍ୟୁର କାରଣ ଜଣାପଡ଼ି ନଥିବା ଵେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ରହସ୍ୟ ଜଣାପଡ଼ିବ ବୋଲି ପୁଲିସ କହିଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories