www.samajalive.in
Monday, December 8, 2025
27.1 C
Bhubaneswar

ଶୁକ୍ରବାର ରାଶିଫଳ

ମେଷ: ଦୁର୍ଘଟଣାରୁ ରକ୍ଷା ପାଇଯିବେ। ସୁଖ ମିଳିବା କଷ୍ଟସାଧ୍ୟ ହେବ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେଲେ ବି, ଖର୍ଚ୍ଚର ପରିମାଣ ବୃଦ୍ଧି ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।
ବୃଷ: ନିଜ ପରିବେଶର ପରିବର୍ତ୍ତନ ଘଟିବ। ବନ୍ଧୁ ମିଳନରୁ ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ହୃଦୟରେ ସେବା ମନୋଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହେବେ।
ମିଥୁନ: ବିଭିନ୍ନ ସ୍ତରରୁ ଜଞ୍ଜାଳ ବୃଦ୍ଧି ହୋଇପାରେ। କେତେକ ଘଟଣାରେ ସହଯୋଗ ମିଳିବ। ବଦଖର୍ଚ୍ଚ ରୋକିବାକୁ ଚେଷ୍ଟା କରିବେ। ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି।
କର୍କଟ: ପରିବେଶ ଆପଣଙ୍କ ପାଇଁ ଅନୁକୂଳ ରହିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବୋହିବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ।
ସିଂହ: ନିର୍ମାୟା ବ୍ୟକ୍ତିଭାବେ ଶୁଦ୍ଧ-ପୂତ ଆଚରଣ ପ୍ରଦର୍ଶନ କରିବେ। ଦାନ-ଧର୍ମକୁ ଆଦରି ନେଇପାରନ୍ତି। ସୁଖୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। କୃଷି ଉପରେ ବିଶେଷ ଦୃଷ୍ଟି ଦେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
କନ୍ୟା: ଯାତ୍ରାଦିରେ ଲାଭବାନ୍‌ ହେବେ। କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। କଥା-ବାର୍ତ୍ତା ସ୍ନେହପୂର୍ଣ୍ଣ ହେବ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଧାର୍ମିକ ଓ ବନ୍ଧୁପ୍ରେମୀ ହୋଇପାରନ୍ତି।
ତୁଳା: ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମିଷ୍ଟଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ। ବ୍ୟବସାୟରୁ ଲାଭ ମିଳିବ।
ବିଛା: ଜରୁରୀ ସାକ୍ଷାତକାର ଘଟିପାରେ। ଶ୍ରୀ ଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନ ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ସରକାରୀ ବା ବନ୍ଧୁ ସହାୟତାରୁ ଲାଭବାନ୍‍ ହେବେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଅସୁସ୍ଥ ରହି ପାରନ୍ତି।
ଧନୁ: ପରିବେଶ ଆପଣଙ୍କ ପାଇଁ ଲାଭଜନକ ହେବ। ବ୍ୟୟ ବୃଦ୍ଧି ହେବାର ସୂଚନା ମିଳୁଛି। ଚଞ୍ଚଳ ସ୍ୱଭାବର ହେବେ। ଏକାନ୍ତ ପ୍ରିୟ ହେବେ। ଚକ୍ଷୁରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁରଭାଷୀ ହେବେ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି।
ମକର: ଗୃହକାର୍ଯ୍ୟକୁ ତ୍ୱରାନ୍ୱିତ କରିପାରନ୍ତି। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ ହେବ।
କୁମ୍ଭ: ଅନେକ କ୍ଷେତ୍ରରେ ସଫଳତା ମିଳିବ। ଭ୍ରମଣ ଶୁଭଦାୟକ ହେବ। କୁଳଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ଶ୍ରଦ୍ଧା ରହିବ।
ମୀନ: ବନ୍ଧୁମାନଙ୍କ ସାନ୍ନିଧ୍ୟ ପାଇ ଆନନ୍ଦ ଅନୁଭବ କରିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ବିତାଇ ପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories