www.samajalive.in
Monday, December 8, 2025
20.1 C
Bhubaneswar

ମଧ୍ୟାହ୍ନ ଭୋଜନ ଖାଇ ୧୯ ଛାତ୍ରଛାତ୍ରୀ ଅସୁସ୍ଥ

ତିହିଡି (ନି.ପ୍ର): ସ୍କୁଲ ମଧ୍ୟାହ୍ନ ଭୋଜନ ଖାଇ ୧୯ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା ଭଦ୍ରକ ଜିଲା ତିହିଡି ବ୍ଳକ୍ ଅନ୍ତର୍ଗତ ଚାରିତରଫ୍ ପ୍ରୋଜେକ୍ଟ ସ୍କୁଲରେ ଘଟିଛି । ସୂଚନାଯୋଗ୍ୟ, ଗୁରୁବାର ମଧ୍ୟାହ୍ନରେ ଛାତ୍ରଛାତ୍ରୀମାନେ ସ୍କୁଲରେ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଖାଇଥିଲେ ।  ସେମାନଙ୍କ ମଧ୍ୟରୁ ୧୯ ଜଣ ଛାତ୍ରଛାତ୍ରୀ ହଠାତ୍ ଅସୁସ୍ଥ ହୋଇ ପଡିଥିଲେ । ସେମାନଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ପରେ ସମସ୍ତ ଛାତ୍ରଛାତ୍ରୀ ସ୍ବାସ୍ଥ୍ୟାବସ୍ଥା ସୁସ୍ଥ ଥିବା ଜଣାପଡିଛି । ଉପଜିଲ୍ଲାପାଳ ଚିକିତ୍ସାଳୟରେ ପହଞ୍ଚି ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories