www.samajalive.in
Tuesday, December 9, 2025
26.1 C
Bhubaneswar

୧୨ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧୀରେ ଧୀରେ ଦୁର୍ବଳ ହେବା ସହ ଏହା ମଧ୍ୟପ୍ରଦେଶ ଉପରେ ରହିଛି। ଏଥିଯୋଗୁ ଗତକାଲି ଠାରୁ ଓଡ଼ିଶାରେ ବର୍ଷା ପରିମାଣ ହ୍ରାସ ପାଇଛି। ତେବେ ଆସନ୍ତାକାଲି କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ଆଉ ତିନିଦିନ ପରେ ପୁଣି ବର୍ଷା ବଢ଼ିବ। କାରଣ ୧୨ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୧୨ ତାରିଖ ବେଳକୁ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ମୌସୁମି ସକ୍ରିୟ ହେବା ସହ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି। ଏହି ସମୟରେ ଦେବଗଡ, ସୁନ୍ଦରଗଡ, ସମ୍ବଲପୁର ସହ ଉତ୍ତର ଓଡିଶାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ପର୍ଯ୍ୟନ୍ତ ବର୍ଷା ଲାଗିରହିବ।

Hot this week

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

Related Articles

Popular Categories