www.samajalive.in
Saturday, December 6, 2025
16.1 C
Bhubaneswar

ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର ବୃଦ୍ଧି

ସମ୍ବଲପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦ ଫୁଟ ହୋଇଥିବାବେଳେ ଶନିବାର ସୁଦ୍ଧା ଜଳସ୍ତର ୬୧୦.୩୯ ଫୁଟରେ ପହଞ୍ଚିଛି। ବର୍ତ୍ତମାନ ଡ୍ୟାମକୁ ୧ ଲକ୍ଷ ୮୩ ହଜାର ୬୧୫ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି ଏବଂ ୧୬ ହଜାର ୯୨୯ କ୍ୟୁସେକ୍‌ ଜଳ ନିଷ୍କାସନ କରାଯାଉଛି। ଆସନ୍ତା ୧୨ ତାରିଖରୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ଫଳରେ ଯଦି ଉପରମୁଣ୍ଡରେ ବର୍ଷା ହୁଏ, ତେବେ ଜଳଭଣ୍ଡାର ଜଳସ୍ତର ଆହୁରି ବୃଦ୍ଧି ପାଇବ ବୋଲି କୁହାଯାଉଛି।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories