www.samajalive.in
Thursday, December 11, 2025
15.1 C
Bhubaneswar

ଏମ୍‌ସରେ ଜେଟ୍‌ଲୀଙ୍କୁ ଭେଟିଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଏମ୍‌ସ ପକ୍ଷରୁ କୁହାଯାଇଛି। ଶନିବାର ସକାଳେ ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ଦିଲ୍ଲୀ ଏମ୍‌ସକୁ ଯାଇ ଜେଟ୍‌ଲୀଙ୍କୁ ଭେଟିବା ସହିତ ଡାକ୍ତରମାନଙ୍କୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଉପରାଷ୍ଟ୍ରପତି ଏମ୍‌ସରୁ ଫେରିବା ପରେ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତି ଜାରି କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ,  ଡାକ୍ତରମାନେ ଉପରାଷ୍ଟ୍ରପତିଙ୍କୁ କହିଥିଲେ, ଅରୁଣ ଜେଟ୍‌ଲୀଙ୍କ ଚିକିତ୍ସା ଚାଲିଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।

ସୂଚନାଯୋଗ୍ୟ, ଗତ ଶୁକ୍ରବାର ସକାଳେ ଜେଟ୍‌ଲୀ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଥିଲେ। ପରେ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ସମେତ ବିଜେପିର ଅନେକ ବରିଷ୍ଠ ନେତା ଏମ୍‌ସ ଯାଇ ଜେଟ୍‌ଲୀଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories