www.samajalive.in
Tuesday, December 9, 2025
16.1 C
Bhubaneswar

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର : ମୌସୁମି ଦୁର୍ବଳ ଥିବାରୁ ଏବେ ବର୍ଷା ବଦଳରେ ମୁଣ୍ଡଫଟା ଖରା ଦୁଇଦିନ ହେଲା ବେଶ୍ କଷ୍ଟ ଦେଉଛି। ମଝିରେ କେତେବେଳେ କେମିତି ଅସରାଏ ବର୍ଷି ଯାଉଛି, ନହେଲେ ତାତିରେ କାନମୁଣ୍ଡା ଝାଇଁଝାଇଁ ହେବା ଭଳି ଲାଗୁଛି। ଦିନବେଳା ତାପମାତ୍ରା ୩୫ଂ ଭିତରେ ସୀମିତ ରହଥିଲେ ବି ତାତି ଯନ୍ତ୍ରଣାଦାୟକ ହେଉଛି। ଅସରାଏ ବର୍ଷାକୁ ସମସ୍ତେ ଚାହିଁ ବସିଛନ୍ତି। ତେବେ ଏଥିପାଇଁ ଆଉ ଗୋଟିଏ ଦିନ ଅପେକ୍ଷା କରିବାକୁ ହେବ। କାରଣ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ପ୍ରଭାବରେ ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ଆସନ୍ତାକାଲି ୯ଟି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦୁଇଦିନ ପରେ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ଦିନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ଏହାର ପୂର୍ବ ଦିନରୁ ବର୍ଷା ହେବ। ଓଡ଼ିଶା ସମେତ ଦକ୍ଷିଣ ଝାରଖଣ୍ଡ ଓ ଉତ୍ତର ଛତିଶଗଡ଼ରେ ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଲଘୁଚାପ ସକ୍ରିୟ ରହିଲେ ମୌସୁମି ବର୍ଷା ହେବ ଏବଂ ଚାଷ ପାଇଁ ଜଳାଭାବ ସମସ୍ୟା ଦୂର ହେବାର ସମ୍ଭାବନା ରହିଛି। ରବିବାର ଦିନ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାରେ ପ୍ରବଳ ବର୍ଷା ହେବା ନେଇ ବିଭାଗ ପୂର୍ବାନୁମାନ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories