www.samajalive.in
Sunday, December 7, 2025
26.1 C
Bhubaneswar

୯ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି , ୧୭ ସୁଦ୍ଧା ରିର୍ପୋଟ ଦିଅ

ଭୁବନେଶ୍ୱର : ରାଜ୍ୟରେ ଘଟିଥିବା ବନ୍ୟା କ୍ଷୟକ୍ଷତି ରିର୍ପୋଟ ଦେବାକୁ ଏସଆରସି ବିଷ୍ଣୁପଦ ସେଠୀ ବନ୍ୟା ପ୍ରଭାବିତ ୯ଟି ଜିଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ସେହି ଜିଲା ଗୁଡ଼ିକ ହେଉଛି ବଲାଙ୍ଗୀର, ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ ସମ୍ବଲପୁର।
କିଛି ଦିନ ହେବ ରାଜ୍ୟରେ ମୌସୁମୀ ସକ୍ରିୟ ହେବା ସହ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହୋଇ କେତେକ ସ୍ଥାନରେ ପ୍ରଥମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିଥିଲା। ବହୁ ଲୋକେ ପାଣି ଘେରରେ ରହିଥିବା ବେଳେ କେତେକ ସ୍ଥାନରେ ବାହ୍ୟ ଜଗତରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ସେହି ସମସ୍ତ ପ୍ରଭାବିତ ଜିଲାର ଜିଲ୍ଲାପାଳଙ୍କୁ ବନ୍ୟା କ୍ଷୟକ୍ଷତି ରିର୍ପୋଟ ଦେବାକୁ ଏସଆରସି ଚିଠି ଲେଖିଛନ୍ତି। ଜିଲାରେ ବନ୍ୟାସ୍ଥିତି ସୃଷ୍ଟି ହୋଇଥିବା ବେଳେ ଅନେକ ଲୋକଙ୍କ ସାଧାରଣ ଜୀବନଯାପନ ପ୍ରଭାବିତ ମଧ୍ୟ ହୋଇଥିଲା। ତେଣୁ ଏହି ସମସ୍ତ ଅଞ୍ଚଳର ଜିଲ୍ଲାପାଳଙ୍କୁ କ୍ଷୟକ୍ଷତି ରିର୍ପୋଟ ଅଗଷ୍ଟ ୧୭ ତାରିଖ ସୁଦ୍ଧା ପ୍ରଦାନ କରିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories