www.samajalive.in
Sunday, December 14, 2025
26.1 C
Bhubaneswar

ବର୍ଷା ଓ ବନ୍ୟା ପାଇଁ ସତର୍କ ରହିବାକୁ ଏସଆରସିଙ୍କ ପରାମର୍ଶ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ପ୍ରାୟ ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତେଣୁ ବର୍ଷା, ବନ୍ୟା ଓ ଭୂସ୍ଖଳନ ପାଇଁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି । ଏହି ମର୍ମରେ ସେ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି। ବିଭିନ୍ନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ଏବଂ ରିଲିଫ୍ କ୍ୟାମ୍ପରେ ଖାଦ୍ୟ ଓ ପାନୀୟ ଜଳର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବାକୁ ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି।  ଉଦ୍ଧାର କାର୍ଯ୍ୟ ପାଇଁ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖିବାକୁ ପରାମର୍ଶ ଦିଆଯାଇଛି । ଆବଶ୍ୟକ ହେଲେ ଓଡ୍ରାଫ ଟିମକୁ ସଜାଗ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜଳମଗ୍ନ ହୋଇଥିବା ରାସ୍ତା ଓ ପୋଲ ଉପରେ ଯାତାୟତ ପାଇଁ ଲୋକମାନଙ୍କୁ ବାରଣ କରାଯାଇଛି।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories