www.samajalive.in
Sunday, December 7, 2025
14.1 C
Bhubaneswar

ଝାଡ଼ଖଣ୍ଡ ମୁହାଁ ଲଘୁଚାପ; ତଥାପି ୫ଟି ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଏବେ ଝାଡ଼ଖଣ୍ଡକୁ ମୁହାଁଉଛି । ଲଘୁଚାପ ସହ ମୌସୁମୀ ସକ୍ରିୟ ଥିବାରୁ ବୁଧବାର ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ବଲାଙ୍ଗିରରେ ସ୍ବଳ୍ପ ବର୍ଷା ହେବା ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସୂଚନାଯୋଗ୍ୟ, ଗତ ୨୪ଘଣ୍ଟାରେ ବଲାଙ୍ଗୀରରେ ସର୍ବାଧିକ ୫୫୫ ମିମି ବର୍ଷା ରେକର୍ଡ଼ କରାଯାଇଛି । ସେହିପରି ସୁନ୍ଦରଗଡ଼ରେ ୯୫ ମିମି ଏବଂ ଟିଟିଲାଗଡ଼ରେ ୮୨ମିମି ବର୍ଷା ରେକର୍ଡ଼ କରାଯାଇଛି । ମୌସୁମୀ ସକ୍ରିୟ ଥିବାରୁ ଭଲ ବର୍ଷା ହୋଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories