www.samajalive.in
Sunday, December 7, 2025
23.1 C
Bhubaneswar

ମୋହନାରେ ଚାଞ୍ଚଲ୍ୟ; ଗୋଟିଏ ଘରୁ ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

ଚାନ୍ଦିପୁଟ: ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଏକଲବ୍ୟ ମଡେଲ ସ୍କୁଲ ନିକଟସ୍ଥ ଚନ୍ଦନପୁର ବସ୍ତିରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଯାଇଛି। ଏକ ଚାଳ ଘରୁ ଉଭୟ ସ୍ବାମୀ ଓ ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସ୍ତ୍ରୀ ର ଗଳାକଟା ମୃତଦେହ ଏବଂ ସ୍ବାମୀର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ମୃତକମାନେ ହେଲେ ଚନ୍ଦନପୁର ବସ୍ତିର ବଚ୍ଚନ ଉଠାଣସିଂ (ସ୍ବାମୀ) ଏବଂ ସୁମିତ୍ରା ଉଠାଣସିଂ (ସ୍ତ୍ରୀ)। ଘଟଣାସ୍ଥଳରେ ମୋହନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୁଲିସ ସେହି ଘରୁ ଏକ ଟାଙ୍ଗିଆ ଜବତ କରିଛି। ତେବେ ଉଭୟଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। କେହି ଦୁର୍ବୃତ୍ତ ଉଭୟ ସ୍ବାମୀ ଓ ସ୍ତ୍ରୀକୁ ହତ୍ୟା କରିଛି କିମ୍ବା ସ୍ତ୍ରୀକୁ ଗଳା କାଟି ହତ୍ୟା କରିବା ପରେ ସ୍ବାମୀ ଆତ୍ମହତ୍ୟା କରିଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories