www.samajalive.in
Sunday, December 7, 2025
14.1 C
Bhubaneswar

ଚାଷୀ ମୃତ୍ୟୁରୁ ଉତ୍ତେଜନା, ବିଦ୍ୟୁତ କାର୍ଯ୍ୟାଳୟରେ ଭଙ୍ଗାରୁଜା

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ ସାନ ଗୋଗୁଆ ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀ ଶ୍ୟାମଘନଙ୍କ ମୃତ୍ୟୁ ହୋଇଛି। ଚାଷୀଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହେବା ସହ ଉତ୍ତ୍ୟକ୍ତ ଲୋକେ ବଣାଇ ବିଦ୍ୟୁତ କାର୍ଯ୍ୟାଳରେ ଭଙ୍ଗାରୁଜା କରିଛନ୍ତି।
ସୂଚନା ଅନୁଯାୟୀ, ସାନ ଗୋଗୁଆ ଗାଁର ଶ୍ୟାମଘନ ସକାଳ ସମୟରେ ନିଜ ଚାଷ ଜମିରେ ହଳ କରୁଥିଲେ। ସେହି ସମୟରେ ଏକ ବଳଦ ବିଦ୍ୟୁତ ସଂସ୍ପର୍ଶରେ ଆସିବାର ଦେଖି ସେ ତା’କୁ ବଞ୍ଚାଇବାକୁ ଉଦ୍ୟମ କରିଥିବା ସମୟରେ ଶ୍ୟାମଘନ ମଧ୍ୟ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ଫଳରେ ବଳଦ ସହ ଶ୍ୟାମଘନଙ୍କ ମଧ୍ୟ ମୃତ୍ୟୁ ହୋଇଛି। ସ୍ଥାନୀୟ ଲୋକେ ଘଟଣା ସମ୍ପର୍କରେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚିଥିଲେ ମଧ୍ୟ ବିଦ୍ୟୁତ ବିଭାଗର କୌଣସି କର୍ମଚାରୀ ଘଟଣାସ୍ଥଳରେ ନପହଞ୍ଚିବାରୁ ବିଦ୍ୟୁତ ବିଭାଗର ଅବହେଳା କାରଣରୁ ଏଭଳି ଘଟଣା ଘଟିଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ମୃତ ଚାଷୀଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories