ଦେଓଗାଁ: ବଲାଙ୍ଗୀର ଜିଲ୍ଲା ଦେଓଗାଁରେ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ କାମ କରୁଥିବା ବେଳେ ବିଦ୍ୟୁତ ଆଘାତରେ ଆସି ଦୁଇଜଣ ଶ୍ରମିକ ମୃତ୍ୟୁ ହୋଇଛି। ଏହାକୁ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉତ୍ତ୍ୟକ୍ତଲୋକଙ୍କୁ ବୁଝାସୁଝା କରିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଶ୍ରମିକ ଦୁଇ ଜଣ ପଶ୍ଚିମବଙ୍ଗର ବୋଲି ଜଣାପଡିଛି ।



