www.samajalive.in
Sunday, December 7, 2025
14.1 C
Bhubaneswar

ଜେଟ୍‌ଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ; ଇସିଏମଓକୁ ସ୍ଥାନାନ୍ତର

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅରୁଣ ଜେଟ୍‌ଲୀଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗମ୍ଭୀର ହେବାରେ ଲାଗିଛି। ଗତ ୯ ତାରିଖରୁ ତାଙ୍କୁ ନୂଆଦିଲ୍ଲୀ ଏମ୍‌ସରେ ଭେଣ୍ଟିଲେଟରେ ରଖି ଚିକିତ୍ସା କରାଯାଉଥିଲା। କିନ୍ତୁ ଶନିବାର ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ସଙ୍କଟାପନ୍ନ ହୋଇପଡ଼ିଛି। ଫଳରେ ତାଙ୍କୁ ଭେଣ୍ଟିଲେଟରରୁ ବାହାର କରି ଇସିଏମଓ(ଏକ୍ସଟ୍ରା କର୍ପୋରିୟଲ ମେମ୍ବ୍ରନ ଅକ୍ସିଜେନେଶନ)ରେ ରଖି ଚିକିତ୍ସା କରାଯାଉଛି। ଜେଟ୍‌ଲୀଙ୍କ ଶରୀରରେ ସଂକ୍ରମଣ ବ୍ୟାପିଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜଣେ ରୋଗୀଙ୍କୁ ସେତେବେଳେ ଇସିଏମଓରେ ରଖି ଚିକିତ୍ସା କରାଯାଏ, ଯେତେବେଳେ ତାଙ୍କର ହାର୍ଟ, ଫୁସଫୁସ୍‌ ଠିକ୍‌ ଭାବେ କାମ କରି ନ ଥାଏ ଏବଂ ଭେଣ୍ଟିଲେଟରରେ ରଖିଲେ କୌଣସି ଫାଇଦା ମିଳି ନ ଥାଏ। ଇସିଏମଓ ଜରିଆରେ ଶରୀରକୁ ଅମ୍ଳଜାନ ଯୋଗାଯାଇଥାଏ।

ଅନ୍ୟପଟେ ଶନିବାର କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ ଏମ୍‌ସରେ ପହଞ୍ଚି ଜେଟ୍‌ଲୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ସେହିପରି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ମଧ୍ୟ ଶନିବାର ୨ୟ ଥର ପାଇଁ ଏମ୍‌ସ ଯାଇଛନ୍ତି। ଏହାସହିତ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଏବଂ ବିଏସପି ମୁଖ୍ୟ ମାୟାବତୀ, କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘୱୀ ମଧ୍ୟ ହସ୍ପିଟାଲରେ ପହଞ୍ଚିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories