www.samajalive.in
Tuesday, December 9, 2025
16.1 C
Bhubaneswar

ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ପରଲୋକ

ଭୁବନେଶ୍ଵର: ବରିଷ୍ଠ ସାମ୍ବାଦିକ ତଥା ସ୍ତମ୍ଭକାର ରଣଜିତ ଗୁରୁଙ୍କର ଶନିବାର ରାତି ପ୍ରାୟ ୧ଟା ବେଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି କିଡ୍‌ନୀଜନିତ ରୋଗରେ ଆକ୍ରାନ୍ତ ଥିଲେ। ଶନିବାର ସନ୍ଧ୍ୟାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ କିମ୍ସ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ରାତି ପ୍ରାୟ ଗୋଟାଏ ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ୨୦୦୫ରେ ତାଙ୍କର କିଡ୍‌ନୀ ପ୍ରତିରୋପଣ କରାଯାଇଥିଲା। ରବିବାର ତାଙ୍କ ଘର ବରଗଡ଼ ଜିଲା ଗୋଡ଼ଭଗା ନିକଟ ମହଖଣ୍ଡ ଗ୍ରାମରେ ଅନ୍ତିମ ସଂସ୍କାର କରାଯିବ। ରଣଜିତ ଗୁରୁଙ୍କ ମୃତ୍ୟୁରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ପରଲୋକରେ ‘ସମାଜ’ ସମ୍ପାଦକ ବାମାପଦ ତ୍ରିପାଠୀ ଗଭୀର ଶୋକବ୍ୟକ୍ତ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories