www.samajalive.in
Wednesday, December 10, 2025
18.1 C
Bhubaneswar

ବସ୍‌-କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା; ୧୧ ମୃତ, ୧୫ ଆହତ

ମୁମ୍ବଇ: ମହାରାଷ୍ଟ୍ରର ଧୁଲେ ଜିଲା ଅନ୍ତର୍ଗତ ନିମଗୁଲ ଗ୍ରାମ ନିକଟରେ ରବିବାର ରାତିରେ ଏକ ସରକାରୀ ଯାତ୍ରୀବାହୀ ବସ୍‌ ସହିତ ଗୋଟିଏ କଣ୍ଟେନର ଟ୍ରକ ଧକ୍କା ହେବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୧୫ ଜଣ ଆହତ ହୋଇଥିବା ପୁଲିସ ସୂଚନା ଦେଇଛି। ବସ୍‌ଟି ଯାତ୍ରୀମାନଙ୍କୁ ନେଇ ଔରଙ୍ଗାବାଦ ଯାଉଥିବାବେଳେ ଶାହାଡ଼ଶ-ଦୋନ୍ଦାଇଚ ରାସ୍ତାରେ ଏହି ଦୁର୍ଘଟଣା ଘଟିଥିଲା। ଉଭୟ ଗାଡ଼ିର ଡ୍ରାଇଭରଙ୍କ ସମେତ ୧୧ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ପୁଲିସ ଆହତମାନଙ୍କୁ ଉଦ୍ଧାର କରି ଧୁଲେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ପୁଲିସ ମୃତଦେହଗୁଡ଼ିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories