www.samajalive.in
Tuesday, December 9, 2025
17.1 C
Bhubaneswar

ରାଜସ୍ଥାନରୁ ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହେଲେ ମନମୋହନ ସିଂହ

ନୂଆଦିଲ୍ଳୀ : ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ ରାଜସ୍ଥାନରୁ କଂଗ୍ରେସର ପ୍ରାର୍ଥୀ ଭାବେ ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନର୍ବାଚିତ ହୋଇଛନ୍ତି। ସେ ଅଗଷ୍ଟ ୧୩ରେ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ। ସୋମବାର ନାମାଙ୍କନପତ୍ର ପ୍ରତ୍ୟାହାରର ଅନ୍ତିମ ଦିନ ଥିଲା। ଆଉ କେହି ପ୍ରାର୍ôଥପତ୍ର ଦାଖଲ ନକରିବାରୁ ସେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଥିବା ଘୋଷଣା କରାଯାଇଛି।

ବିଜେପି ପ୍ରଦେଶ ଅଧ୍ୟକ୍ଷ ମଦନଲଲ ସୈନୀଙ୍କ ପରଲୋକ ପରେ ରାଜସ୍ଥାନ ପାଇଁ ରାଜ୍ୟସଭାର ଗୋଟିଏ ଆସନ ଖାଲି ହୋଇଥିଲା। ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହେବା ପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଟ୍ୱିଟ୍‍ କରି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଗତ ମଙ୍ଗଳବାର ରାଜ୍ୟସଭା ଉପନିର୍ବାଚନ ପାଇଁ ମନମୋହନଙ୍କ ପ୍ରାର୍ଥିପତ୍ର ଦାଖଲ ବେଳେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ, ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଉପସ୍ଥିତ ଥିଲେ।

- Advertisement -

ପ୍ରକାଶଯୋଗ୍ୟ ଯେ ମନମୋହନ ପୂର୍ବରୁ ଆସାମରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ସେ ୧୯୯୧ରୁ ୨୦୧୯ ପର୍ଯ୍ୟନ୍ତ ରାଜ୍ୟସଭାର ସଦସ୍ୟ ଥିଲେ। ଏହି ସମୟ ମଧ୍ୟରେ ସେ ଭାରତର ପ୍ରଧାନମନ୍ତ୍ରୀ ଥିଲେ। ୨୦୧୯ ଜୁନ ୪ରେ ରାଜ୍ୟସଭା ସଦସ୍ୟ ଭାବେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଥିଲା । ଏବେ କଂଗ୍ରେସ ତାଙ୍କୁ ରାଜସ୍ଥାନରୁ ରାଜ୍ୟସଭାକୁ ପଠାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories