www.samajalive.in
Saturday, December 13, 2025
14.1 C
Bhubaneswar

ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କର ଆଜି ୭୫ତମ ଜନ୍ମଦିନ ଉପଲକ୍ଷେ ଦେଶବାସୀ ତାଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଜାତୀୟ ସଂହତି ଓ ସାମ୍ପ୍ରଦାୟିକ ସଦ୍‍ଭାବନାର ବିକାଶ ପାଇଁ ଆଜିର ଦିନକୁ ସଦ୍‍ଭାବନା ଦିବସ ପାଇଁ ମଧ୍ୟ ପାଳନ କରାଯାଇଥାଏ। ଏହି ଉପଲକ୍ଷେ ଦେଶର ବିଭିନ୍ନ ଭାଗରେ ଅନେକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସର ମଧ୍ୟବର୍ତ୍ତୀ ସଭାପତି ସୋନିଆ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସଂସଦ ଭବନରେ ଲୋକସଭା ବାଚସ୍ପତି ଓମ ବିର୍ଲା ଏବଂ ଅନ୍ୟ ସଦସ୍ୟମାନେ ଏହି ଅବସରରେ ରାଜୀବ ଗାନ୍ଧୀଙ୍କ ତୈଳଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଗୁଲାମ ନବୀ ଆଜାଦ, ବିଜେପି ନେତା ଲାଲକୃଷ୍ଣ ଆଡ଼ୱାଣୀ ଏବଂ ସୁବ୍ରମଣିଅମ ସ୍ୱାମୀ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଏହି ଅବସରରେ ବୀରଭୂମୀରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ସୂଚନାଯୋଗ୍ୟ, ରାଜୀବ ଗାନ୍ଧୀ ୧୯୮୪ରୁ ୧୯୮୯ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ।

Hot this week

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା,

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

Related Articles

Popular Categories