www.samajalive.in
Sunday, December 14, 2025
14.1 C
Bhubaneswar

କାଶ୍ମୀର ପ୍ରସଙ୍ଗରେ ପୁଣି ମୁଣ୍ଡ ପୂରାଇଲେ ଟ୍ରମ୍ପ, ମଧ୍ୟସ୍ଥତା ପାଇଁ ପ୍ରସ୍ତାବ ଦେଲେ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାଶ୍ମୀର ପ୍ରସଙ୍ଗରେ ମୁଣ୍ଡ ପୂରାଇଛନ୍ତି। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଏହି ବିବାଦର ସମାଧାନ ଲାଗି ଟ୍ରମ୍ପ ମଧ୍ୟସ୍ଥତା କରିବା ପାଇଁ ଆଗ୍ରହୀ ଥିବା କହିଛନ୍ତି। ଦିନକ ପୂର୍ବରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସହ ଫୋନରେ କଥା ହୋଇଥିଲେ। ସପ୍ତାହ ଶେଷ ଆଡକୁ ସେ ମୋଦୀଙ୍କ ନିକଟରେ ଏହି ପ୍ରସଙ୍ଗ ଉଠାଇବେ ବୋଲି କହିଥିଲେ। ଏବେ ଖବରଦାତାଙ୍କୁ ଟ୍ରମ୍ପ କହିଛନ୍ତି, କାଶ୍ମୀର ଏକ ଜଟିଳ ସ୍ଥାନ। ଏଠାରେ ହିନ୍ଦୁ ଏବଂ ମୁସଲମାନ ବି ଅଛନ୍ତି। ତେଣୁ ମଧ୍ୟସ୍ଥତା ପାଇଁ ଯାହା ବି ସବୁଠାରୁ ଭଲ ହେବ ତାହା ମୁଁ କରିବି। ଉଭୟ ଦେଶ ମଧ୍ୟରେ ଶାନ୍ତି ଫେରାଇ ଆଣିବା ଲାଗି ଉଦ୍ୟମ କରିବି।

ତେବେ ଟ୍ରମ୍ପ ଇମ୍ରାନଙ୍କ ସହ କଥା ହେବା ସମୟରେ କହିଥିଲେ ଯେ, କାଶ୍ମୀର ପ୍ରସଙ୍ଗରେ ଭାରତ ବିରୋଧରେ କଟୁ ମନ୍ତବ୍ୟ ଦେବାରୁ ଦୂରେଇ ରୁହ। ପରିସ୍ଥିତିକୁ ଜଟିଳ ଦର୍ଶାଇ ସେ ଦୁଇ ପକ୍ଷଙ୍କୁ ସଂଯମତା ରକ୍ଷା କରିବାକୁ ପରାମର୍ଶ ଦେଇଥିଲେ।

Hot this week

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

Related Articles

Popular Categories