www.samajalive.in
Sunday, December 7, 2025
26.1 C
Bhubaneswar

ଲଗାଣ ବର୍ଷା ପାଇଁ ମାଲକାନଗିରିରେ ବନ୍ୟା ପରିସ୍ଥିତି ସୃଷ୍ଟି ; ବିଭିନ୍ନ ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ

କାଲିମେଳା : ମାଲକାନଗିରି ଜିଲାରେ ବୁଧବାର ବିଳମ୍ବିତ ରାତିଠାରୁ ଲଗାଣ ବର୍ଷା ଲାଗି ରହିଥିବା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କାଲିମେଳା ବ୍ଲକ ଅନ୍ତର୍ଗତ କାଙ୍ଗୁରୁକୋଣ୍ଡା ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି। ପୋଲ ଉପରେ ୩ ରୁ ୪ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେବା ଯୋଗୁଁ ମାଲକାନଗିରି ସଦର ରୁ କାଲିମେଳା ମୋଟୁ ଏବଂ ପଡ଼ିଆ ଅଞ୍ଚଳକୁ ଯାତାୟତ ଠପ୍‍ ହୋଇଯାଇଛି। ସେହିଭଳି କନ୍ୟାଶ୍ରମ ପୋଲ ଉପରେ ମଧ୍ୟ ପାଣି ପ୍ରବାହିତ ହେଉଥିବାରୁ କାଲିମେଳା ପଡ଼ିଆ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଏହି ଅଞ୍ଚଳ ମାନଙ୍କୁ ଗାଡ଼ିମଟର ଚଳାଚଳ ବନ୍ଦ ରହିଛି। ପୋଲର ଉଭୟ ପାଶ୍ୱର୍ରେ ଲୋକେ ଅଟକି ରହିଥିବା ଜଣାପଡ଼ିଛି।

ଏହାସହ ପୋଟେରୁ ପୋଲ ତଳେ ବନ୍ୟା ପାଣି ପ୍ରବାହିତ ହେଉଥିବା ବେଳେ କିଛି ସମୟ ମଧ୍ୟରେ ଏହା ପୋଲ ଉପରେ ପ୍ରବାହିତ ହେବାର ସମ୍ଭାବନା ଥିବାରୁ ବ୍ଲକ ପ୍ରଶାସନ ପୁଲିସ ପକ୍ଷରୁ ସତର୍କତା ଅବଲମ୍ବନ କରିଥିବା ସୂଚନା ମିଳିଛି।

Hot this week

ଆବଶ୍ୟକ ହେଲେ ପୀଡିତାଙ୍କୁ କରାଯିବ ଏୟାରଲିଫ୍ଟ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

Related Articles

Popular Categories