www.samajalive.in
Sunday, December 7, 2025
13.1 C
Bhubaneswar

ଅଲଗା ହେବ +୩ ଓ +୨ ; ଶିକ୍ଷା ବିଭାଗ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ କଲେଜରେ ଏକାଠି ଥିବା +୩ ଓ +୨କୁ ଅଲଗା କରାଯିବ । ଯୁକ୍ତ ୨ କଲେଜ ପାଇଁ ମଧ୍ୟ ନୂଆ ନିଯୁକ୍ତି କରାଯିବ। ନୂତନ ନିଯୁକ୍ତ ପ୍ରକ୍ରିୟା ଶେଷ ହେବା ପରେ ଏହି ନିୟମ ଲାଗୁ କରାଯିବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି । ଗୁରୁବାର ଲୋକସେବା ଭବନରେ ଶିକ୍ଷା ବିଭାଗର ମିଳିତ ବୈଠକରେ ଏହିଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।

ଶିକ୍ଷା କ୍ଷେତ୍ରରେ ସ୍ୱଚ୍ଛତା ଆଣିବା ପାଇଁ ନୂଆ ବ୍ୟବସ୍ଥା କରାଯାଉଛି । ନୂଆ ନିଯୁକ୍ତି ପ୍ରକ୍ରିୟା ୩ ରୁ ୪ବର୍ଷ ମଧ୍ୟରେ ସରିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି । ସମସ୍ତ ନିଯୁକ୍ତି ପ୍ରକ୍ରିୟା ଶେଷ ହେବା ପରେ ଯୁକ୍ତ ୩ ଓ ଯୁକ୍ତ ୨କୁ ଅଲଗା କରାଯିବ ।  କିନ୍ତୁ ଶିକ୍ଷକ, ଅଣଶିକ୍ଷକ ଓ କର୍ମଚାରୀ ଯୁକ୍ତ ୩ କଲେଜରେ ରହିବେ ।

- Advertisement -

ଆଜି ସଚିବାଳୟରେ ଶିକ୍ଷା ବିଭାଗର ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ +୩ ରୁ +୨ ଉଚ୍ଛେଦ, କର୍ମଚାରୀ ବଣ୍ଟନ ଓ ଭିତ୍ତିଭୂମି ପରିଚାଳନା ଉପରେ ଆଲୋଚନା କରାଯାଇଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚ ଶିକ୍ଷା ବିଭାଗର ଏହି ମିଳିତ ବୈଠକରେ ଉଭୟ ବିଭାଗର ମନ୍ତ୍ରୀ, ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

 

 

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories