www.samajalive.in
Monday, December 8, 2025
24.1 C
Bhubaneswar

ଆଜି ନବୀନଙ୍କ ଦିଲ୍ଲୀ ଗସ୍ତ ; ୨୬ରେ ମୁଖ୍ୟମନ୍ତ୍ରୀ ସମ୍ମିଳନୀରେ ଯୋଗଦେବେ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୫ଦିନ ପାଇଁ  ଦିଲ୍ଲୀ ଗସ୍ତରେ ଯାଉଛନ୍ତି ।  ଆସନ୍ତା ୨୬ ତାରିଖରେ ସ୍ବରାଷ୍ଟ୍ର  ମନ୍ତ୍ରୀ  ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ନକ୍ସଲ ପ୍ରଭାବିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ସମ୍ମିଳନୀରେ ଶ୍ରୀ ପଟ୍ଟନାୟକ ଯୋଗଦେବେ।  ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ମଧ୍ୟ ଏହି ବୈଠକରେ ଯୋଗ ଦେବେ।

ଏହି ପରିପ୍ରେକ୍ଷୀରେ ଗୁରୁବାର ଭୁବନେଶ୍ୱରଠାରେ ରାଜ୍ୟରେ ନକ୍ସଲ କାର୍ଯ୍ୟକଳାପ ନିୟନ୍ତ୍ରଣ ସହିତ ମାଓ ଅଧ୍ୟୁଷିତ ଅଞ୍ଚଳର ବିକାଶ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ମୁଖ୍ୟ ସଚିବ ଅସିତ ତ୍ରିପାଠୀ କହିଛନ୍ତି, ସରକାରଙ୍କ ମାଓ ଦମନ ରଣନୀତି ସଫଳ ହୋଇଛି। ମାଓପ୍ରବଣ ଜିଲ୍ଲା ସଂଖ୍ୟା ୧୫ରୁ ଖସି ଏବେ ୫ରେ ପହଞ୍ଚିଛି। ଆଗକୁ ମଧ୍ୟ ମାଓ ଦମନ ନୀତି
ଆହୁରି ଦୃଢଭାବେ କାର୍ଯ୍ୟକାରୀ କରାଯିବ ବୋଲି ଶ୍ରୀ ତ୍ରିପାଠୀ କହିଛନ୍ତି। ​

Hot this week

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

Related Articles

Popular Categories