www.samajalive.in
Wednesday, December 10, 2025
14.1 C
Bhubaneswar

ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ବର  : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଏବେ ଲଘୁଚାପର ରୂପ ନେଉଛି। ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଗୁଆ ପ୍ରସ୍ତୁତ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆରସି) ସମସ୍ତ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମି ସକ୍ରିୟ ହେବା ସହ ବର୍ଷାର ପରିମାଣ ବୃଦ୍ଧି ପାଇଛି। ସୋମବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ଆସିବ। ପବନର ବେଗ ୪୦ରୁ ୫୦ କିମି ମଧ୍ୟରେ ରହିବ। ତେଣୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ଜିଲାରେ ବନ୍ୟା ପରିସ୍ଥିତି ପାଇଁ ସରକାରୀ କଳକୁ ପ୍ରସ୍ତୁତ ରଖିବା ପାଇଁ ଏସ୍‌ଆରସି ନିର୍ଦେଶ ଦେଇଛନ୍ତି। ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ୍, ଏନ୍‌ଡିଆରଏଫ୍,
ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖିବା ପାଇଁ କୁହାଯାଇଛି। ଜିଲା ସ୍ତରରେ ଥିବା ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟିଆ କାର୍ଯ୍ୟ କରିବ। ଅନ୍ୟ ଜିଲାରେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖି ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ପାଇଁ କୁହାଯାଇଛି।

- Advertisement -

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଘନୀଭୂତ ହେଉଥିବାରୁ ୨୫ ତାରିଖ ପର୍ଯ୍ୟନ୍ତ ପାଗ ମେଘୁଆ ରହିବ। ଘଡ଼ଘଡ଼ି ସହ ବର୍ଷା ହେବ ଓ ପବନର ବେଗ ମଧ୍ୟ ବଢ଼ିବ। ଶନିବାର ଦିନ ସୁନ୍ଦରଗଡ଼ ଓ କେନ୍ଦୁଝର ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ମୟୂରଭଞ୍ଜ, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୋଳ, କୋରାପୁଟ ଓ କଳହାଣ୍ଡି ଜିଲାର କିଛି ସ୍ଥାନରେ ବର୍ଷା ହେବ। କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀ ଜିଲା ପାଇଁ ଅରେଞ୍ଜ ରଙ୍ଗର ସଙ୍କେତ ଜାରି କରାଯାଇଛି। ଆଜି ଚାନ୍ଦବାଲିରେ ସର୍ବାଧିକ ୫୭.୨ ମିମି ବର୍ଷା ହୋଇଛି। ସେହିପରି ପାରାଦ୍ବୀପରେ ୫୪ ମିମି, ସମ୍ବଲପୁରରେ ୪୭ ମିମି, ଝାରସୁଗୁଡ଼ାରେ ୨୪ ମିମି, ଚାଳଚେରରେ ୨୧ ମିମି, କେନ୍ଦୁଝରରେ ୨୬ ମିମି, ଭୁବନେଶ୍ବରରେ ୧୫ ମିମି ରେକର୍ଡ କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories