www.samajalive.in
Tuesday, December 9, 2025
16.1 C
Bhubaneswar

ଠିକ୍ ସମୟରେ ସରିବ ପରୀକ୍ଷା ଓ ବଢିବ ମୂଲ୍ୟାୟନକାରୀଙ୍କ ପାଉଣା : ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର : ଉଚ୍ଚଶିକ୍ଷା ବିଭାଗର ସମସ୍ତ ପରୀକ୍ଷା ଠିକ୍ ସମୟରେ ଶେଷ କରିବା ସହ ମୂଲ୍ୟାୟନକାରୀଙ୍କ ପାଉଣା ବଢାଯିବ। ଏନେଇ ବୁଧବାର ଅନୁଷ୍ଠିତ ଉଚ୍ଚଶିକ୍ଷା ସଂସ୍କାର ବୈଠକରେ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଠିକ ସମୟରେ ପରୀକ୍ଷା ଆରମ୍ଭ ଓ ଶେଷ କରିବାକୁ ବୈଠକରେ ସମସ୍ତ ବିଶ୍ୱବିଦ୍ୟାଳୟ କୁଳ ସଚିବ ଓ ପରୀକ୍ଷା ନିୟନ୍ତ୍ରକଙ୍କ ସହ ଆଲୋଚନା କରାଯାଇଛି। ଏହା ସହିତ ଫଳାଫଳ ଶୀଘ୍ର ପ୍ରକାଶ କରିବା ଓ ପାଠ୍ୟକ୍ରମ ଆଗୁଆ ସାରିବା ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଛି। ମୂଲ୍ୟାୟନ କେନ୍ଦ୍ର ଓ ପ୍ରଶ୍ନ ପତ୍ର ସେଟ୍ ମଧ୍ୟ ବଢିବ। ଏହା ସହ ମୂଲ୍ୟାୟନକାରୀଙ୍କ ପାଉଣା ମଧ୍ୟ ବୃଦ୍ଧି କରାଯିବ ବୋଲି ସେ କହିଛନ୍ତି।
ସୂଚନା ଅନୁସାରେ, ପୂର୍ବରୁ ଖାତା ଦେଖା ପାଇଁ ୧୫ରୁ ୨୦ ଟଙ୍କା ମିଳୁଥିବା ବେଳେ ଏବେ ୩୦ ଟଙ୍କା ମିଳିବ। ସେହିପରି ପ୍ରଶ୍ନ ପ୍ରସ୍ତୁତକାରୀଙ୍କୁ ପୂର୍ବରୁ ୫୦୦ ଟଙ୍କା ମିଳୁଥିଲା କିନ୍ତୁ ବର୍ତ୍ତମାନ ୧୦୦୦ ଟଙ୍କା ମିଳିବ। ଏହି ଉଚ୍ଚଶିକ୍ଷା ସଂସ୍କାର ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ସଚିବ ଓ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ, ବିଶ୍ୱବିଦ୍ୟାଳୟ କୁଳସଚିବ ଓ ପରୀକ୍ଷା ନିୟନ୍ତ୍ରକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories