www.samajalive.in
Monday, December 8, 2025
27.1 C
Bhubaneswar

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ତେଜିଲା

ଝାରସୁଗୁଡ଼ା: ବୁଧବାର ଅପରାହ୍ନରେ ଝାରସୁଗୁଡ଼ାଠାରେ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସୋନପୁର ବ୍ୟତୀତ ସିଏସି ଅଧୀନରେ ଥିବା ପଶ୍ଚିମ ଓଡ଼ିଶା ବାର ଆସୋସିଏସନଗୁଡିକ ଯୋଗ ଦେଇଥିଲେ।

ଆଗାମୀ ଦିନରେ ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ବୈଠକରେ ଆଲୋଚନା କରାଯାଇଥିଲା। ବୈଠକରେ ଆସନ୍ତା ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର କୌଣସି କୋର୍ଟରେ ଶୁଣାଣି ହେବ ନାହିଁ, କିନ୍ତୁ ଜରୁରୀକାଳୀନ ସେବାଗୁଡିକ ଖୋଲା ରହିବ ବୋଲି କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

ବୈଠକରେ ଆସନ୍ତା ସେପ୍ଟେମ୍ବର ମାସରେ ଗୋଟିଏ ଦିନ ମହାବନ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହା ସହିତ ମାସର ଶେଷ ତିନି ଦିନ ସମସ୍ତ ସରକାରୀ ଅଫିସ ସହିତ ବାଣିଜ୍ୟକ ପ୍ରତିଷ୍ଠାନ ବନ୍ଦ କରିବା ପାଇଁ ନିଷ୍ପତ୍ତି ହୋଇଛି। ବୈଠକରେ ବୌଦ୍ଧ, ବଣେଇ, କୁଚିଣ୍ଡା, ବରପାଲି, ଅତାବିରା, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼ ଓ ସୁନ୍ଦରଗଡ଼ ଏବଂ ରାଜଗାଙ୍ଗପୁରର ବାର ଆସୋସିଏସନ ଯୋଗ ଦେଇଥିଲେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories