www.samajalive.in
Sunday, December 7, 2025
26.1 C
Bhubaneswar

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା ; ୧ମୃତ ୨ ଗୁରୁତର

ଦ୍ୱାରଶୁଣି : : ମୟୂରଭଞ୍ଜ ଜିଲାର ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ୱାରଶୁଣି ଘାଟିରେ ଶୁକ୍ରବାର ଭୋର ୩ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, ନାଗପୁରରୁ କୋଲକାତା ଅଭିମୁଖେ ଯାଉଥିବା ଏକ ଟ୍ରକ ବ୍ରେକ ଫେଲ୍‍ କାରଣରୁ ଘାଟିର ସାମ୍ମନା ପଟୁ ଆସୁଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା। ଫଳରେ ଧକ୍କା ଦେଇଥିବା ଟ୍ରକର ଚାଳକ ଚାପି ହୋଇଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ଖବର ପାଇ ବାଙ୍ଗିରିପୋଷି ପୁଲିସ ଓ ଦମକଳ ବାହିନୀ ପହଞ୍ଚି ଅନ୍ୟ ଜଣେ ଚାଳକକୁ ଓ ହେଲପରକୁ ଉଦ୍ଧାର କରିଛି। ଉଭୟଙ୍କୁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲକୁ ପଠାଯାଇଛି। ଏହାସହ ମୃତ ଚାଳକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବାରିପଦା ମେଡ଼ିକାଲକୁ ପଠାଇଛି। ଦୁର୍ଘଟଣାଗ୍ରସ୍ତ ୨ ଟ୍ରକକୁ ରାସ୍ତା କଡ଼କୁ ଅଣାଯିବାରୁ ଏହି ସମୟରେ ପ୍ରାୟ ୫ ଘଣ୍ଟା ଧରି ରାସ୍ତା ବନ୍ଦ ଥିଲା। ରାସ୍ତାର ଉଭୟ ପଟରେ ଶହ ଶହ ଗାଡ଼ି ଅଟକି ରହିଥିଲା।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories