www.samajalive.in
Wednesday, December 10, 2025
23.1 C
Bhubaneswar

ରାସ୍ତାରେ ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ସାଇକେଲରେ ଟ୍ୟୁସନ୍‌ ଯାଉଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ରାସ୍ତା ମଝିରେ ଅସଦାଚରଣ କରିଥିବା ଅଭିଯୁକ୍ତକୁ ପୁଲିସ ଗିରଫ କରିଛି । ଅସଦା ଆଚରଣ କରିବାର ୧୦ ଦିନ ପରେ ପୁଲିସ ଚିହ୍ନଟ କରିଥିଲା । ଅଭିଯୁକ୍ତକୁ ଗିରଫ କରାଯାଇଛି ବୋଲି ପୁଲିସ କମିସନର ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି । ସିସିଟିଭି ଫୁଟେଜ୍‌ ଆଧାରରେ ଅଭିଯୁକ୍ତକୁ ଚିହ୍ନଟ କରାଯାଇଥିଲା ।

ସୂଚନାଯୋଗ୍ୟ, ଗତ ୨୧ ତାରିଖ ଦିନ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଶବର ସାହିର ଜଣେ ନାବାଳିକା ଛାତ୍ରୀ ଟ୍ୟୁସନ୍‌ ଯାଉଥିଲେ । ଏହି ସମୟରେ ଜଣେ ବ୍ୟକ୍ତି ଏକ ଦୁଇ ଚକିଆ ଗାଡିରେ ଆସି ତାଙ୍କୁ ପ୍ରଥମେ ପିଛା କରିଥିଲେ ଏବଂ ପରେ ଏକ ନିଛାଟିଆ ସ୍ଥାନରେ ତାଙ୍କୁ ଅଟକାଇ ଅସଦାଚରଣ କରିଥିଲେ। ଏ ନେଇ ନାବାଳିକା ଜଣକ ପରିବାର ଲୋକଙ୍କୁ ଜଣାଇବା ପରେ ଥାନାରେ ଏତଲା ଦିଆଯାଇଥିଲା। ଏହି ଘଟଣାର ପୁରା ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ୍ ହୋଇଥିଲା । ସିସିଟିଭି ଫୁଟେଜ୍‌ରେ ଅଭିଯୁକ୍ତର ଚେହେରା ଓ ଗାଡି ନମ୍ବର ସହଜରେ ଜଣାପଡୁଥିବା ବେଳେ ପୁଲିସ କିନ୍ତୁ ଅଭିଯୁକ୍ତକୁ ଗିରଫ କରିବାରେ ଫେଲ୍ ମାରିଛି ।

Hot this week

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

ସମ୍ପାଦକୀୟ : ଯଥା ପୂର୍ବଂ, ତଥା ପରମ୍‌

ସରକାର ବଦଳିଲେ ଧାରା ବଦଳୁ ନାହିଁ ନଭେମ୍ବର ୨୭ରେ ଭାରତର ରାଷ୍ଟ୍ରପତିଙ୍କ ଅଭିଭାଷଣରୁ...

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

Related Articles

Popular Categories