www.samajalive.in
Thursday, December 11, 2025
16.1 C
Bhubaneswar

୪୮ଘଣ୍ଟାରେ ଲଘୁଚାପ – ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର: ଆସନ୍ତା ୪୮ଘଣ୍ଟା ମଧ୍ୟରେ ଉତ୍ତର ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବଡ଼ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲାକୁ ଅରେଞ୍ଜ ଏବଂ ୟେଲୋ ୱାର୍ନିଂ ଜାରି କରାଯାଇଛି। ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କତା ଜାରି କରାଯାଇଥିବା ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାର ମୁକାବିଲା ପାଇଁ ପ୍ରଶାସନକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି। ଆବଶ୍ୟକ ସ୍ଥଳେ ବନ୍ୟା ଦ୍ବାରା ପ୍ରଭାବିତ ହେବାକୁ ଥିବା ଜନସାଧାରଣଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି। ଆଶ୍ରୟସ୍ଥଳ ଏବଂ ରିଲିଫ ଶିବରରେ ପର୍ୟ୍ୟାପ୍ତ ପରିମାଣର ଖାଦ୍ୟ ଯୋଗାଇବା ସହିତ ପାନୀୟଜଳ, ଆଲୋକ ବ୍ୟବସ୍ଥା, ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ପ୍ରତି ନଜର ଦେବାକୁ କୁହାଯାଇଛି। ଜିଲାସ୍ତରରେ ଥିବା ଜରୁରୀକଳୀନ ନିୟନ୍ତ୍ରଣ କକ୍ଷ ୨୪ଘଣ୍ଟା ଖୋଲା ରଖିବା ସହିତ ରାଜ୍ୟ ଜରୁରୀକାଳୀନ କେନ୍ଦ୍ରକୁ ପରିସ୍ଥିତି ସମ୍ପର୍କରେ ଜଣାଇବାକୁ କୁହାଯାଇଛି।

ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ନବରଙ୍ଗପୁର ଓ କନ୍ଧମାଳ ଜିଲାରେ ଆଜି ତାରିଖ ସକାଳ ସୁଦ୍ଧା ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାଛଡ଼ା ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ପୁରୀ ଓ ନୟାଗଡ଼ ଆଦି ୧୧ଟି ଜିଲାରେ ୨ତାରିଖ ସକାଳ ସୁଦ୍ଧା ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଓ ରାୟଗଡ଼ା ଆଦି ୬ଟି ଜିଲାରେ ଆସନ୍ତା ୩ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ କନ୍ଧମାଳ, ପୁରୀ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ରଭଞ୍ଜ ଆଦି ୧୩ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୪ତାରିଖ ସକାଳ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ମୟୂରଭଞ୍ଜ, ଦେବଗଡ଼ ଓ ବୌଦ୍ଧ ଆଦି ୧୪ଟି ଜିଲାରେ ପ୍ରବଳ ବର୍ଷାର ସୂଚନା ଥିବାରୁ ଏସବୁ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଥିବାବେଳେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୋନପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଆଦି ୮ଟି ଜିଲାରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

- Advertisement -

ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ଉପକୂଳ ଏବଂ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାଫଳରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆସନ୍ତା ସେପ୍ଟେମ୍ବର ୨ ଓ ୩ତାରିଖରେ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁମାନେ ମାଛ ମାରିବା ପାଇଁ ଗଭୀର ସମୁଦ୍ରକୁ ଯାଇଛନ୍ତି ସେମାନେ ସେପ୍ଟେମ୍ବର ପହିଲା ସୁଦ୍ଧା କୂଳକୁ ଫେରିଆସିବାକୁ କୁହାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories